୨୪ ତାରିଖରେ ରାଜ୍ୟରେ ପୁଣିଘୂର୍ଣ୍ଣିବଳୟ, ଆହୁରି ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ। ଏହା ପ୍ରଭାବରେ ୨୩ରୁ ଉତ୍ତର ଓଡ଼ିଶାରେ ବର୍ଷା ହେବ। ଦିନବେଳା ଖରା ହେଉଥିବାରୁ ଅପରାହ୍ନରେ ଘଡ଼ଘଡ଼ି ହୋଇପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ.ଶରତ ସାହୁ ପୂର୍ବାନୁମାନ କରିଛନ୍ତି । ରାଜ୍ୟରେ ଆହୁରି ୪ ଦିନ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏଥିସହ ୨୩ ତାରିଖ ଦିନ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ୭ରୁ ୧୧ ସେମି ଯାଏଁ ବର୍ଷା ସମ୍ଭାବନ ଜାରି ରହିଛି। ୨୪,୨୫ ଓ ୨୬ ତାରିଖରେ ପ୍ରବଳ ବର୍ଷିବ।

 

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ୨୪ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ଓଡ଼ିଶା ଉପକୂଳରେ ୨୨ରୁ ୨୫ ତାରିଖ ଯାଏ ୩୫ରୁ ୪୫ କିମି ବେଗରେ ପବନ ବହିବ । ଏଥିପାଇଁ ମତ୍ସଜୀବୀମାନେ ସମୁଦ୍ରକୁ ନ ଯିବାକୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି) ସତର୍କତା ଜାରି କରିଛନ୍ତି ।

 

ଘୂର୍ଣ୍ଣିବଳୟ ପ୍ରଭାବରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁରରେ ବର୍ଷା ହେବ । ଏବେ ଦିନବେଳା ବାୟୁମଣ୍ଡଳରେ ଜଳୀୟବାଷ୍ପ ଅଧିକ ରହୁଛି । ଖରା ବି ହେଉଛି । ଏଥିପାଇଁ ଘଡ଼ଘଡ଼ିର ତୀବ୍ରତା ବଢ଼ିବ ବୋଲି ଡ. ସାହୁ ପୂର୍ବାନୁମାନ କରିଛନ୍ତି । ନୟାଗଡ଼ ଜିଲ୍ଲାରେ ଆଜି ୩୯ମିମି ବର୍ଷା ହୋଇଛି । ଭଦ୍ରକରେ ୩୪, ବାଲେଶ୍ୱରରେ ୨୫.୬ ଓ ବାରିପଦାରେ ୧୭ମିମି ବର୍ଷା ହୋଇଛି ।

Related Posts

ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ବୁଧବାର ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ…

Continue reading
ସିଏମ୍‌ଓରୁ ଫାଇଲ୍ ଗାଏବ ମାମଲା ; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ

ଭୁବନେଶ୍ବର : ରାଜ୍ୟର ସବୁଠାରୁ ସୁରକ୍ଷିତ ତଥା କଡ଼ା ନଜରରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ରୁ କିପରି ଏବଂ କେଉଁ ପରିସ୍ଥିତିରେ ଅତି ସମ୍ବେଦନଶୀଳ ଫାଇଲ୍ ଗାଏବ ହେଲା, ତାହାକୁ ନେଇ ଏବେ କ୍ରାଇମ୍‌ବ୍ରାଞ୍ଚ ତନାଘନା ଜାରି ରଖିଛି। ଫାଇଲ ପାଇବା…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ