୨୭ ସୁଦ୍ଧା ଖରାଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ବର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଲାଗି ରହିଛି। ପଶ୍ଚିମରୁ ଉତ୍ତର, ଉପକୂଳରୁ ଦକ୍ଷିଣ ଓଡ଼ିଶା ସବୁଠି ତାତି ବଢ଼ୁଛି। ଆକାଶରୁ ସତେଯେମିତି ନିଆଁ ଗଳୁଛି। ପ୍ରଚଣ୍ଡ ରୌଦ୍ରତାପରେ ଲୋକେ ପଦାକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ପଶ୍ଚିମରେ ଗ୍ରୀଷ୍ମପ୍ରବାହ ସ୍ଥିତି ଅସମ୍ଭାଳ। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ମାସ ୩ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହୋଇପାରେ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ସ୍କୁଲ ଛୁଟି ପାଇଁ ବିଚାର କରୁଛନ୍ତି। ଚଳିତ ମାସ ୨୭ ତାରିଖ ସୁଦ୍ଧା ସ୍କୁଲ୍‌ ଛୁଟି ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟକୁ ପ୍ରସ୍ତାବ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଦିନେ ଦୁଇ ଦିନ ଭିତରେ ଆଗୁଆ ଖରା ଛୁଟି ନିଷ୍ପତ୍ତି ନେଇପାରନ୍ତି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ