୨୮ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୮ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସିବେ । ସେ ୨୮ରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଉକôର୍ଷ ଓଡିଶା, ମେକ୍ ଇନ୍ ଓଡିଶା କନ୍କ୍ଲେଭ୍-୨୦୨୫ରେ ଯୋଗଦେବେ । ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ୨ ଘଣ୍ଟା ୨୦ମିନିଟ୍ ରହିବେ ।
ପ୍ରଧାନମନ୍ତ୍ରୀ ୨୮ତାରିଖ ପୂର୍ବାହ୍ଣ ୧୦ଟା ୩୫ରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ୧୦ଟା ୫୫ମିନିଟରେ ସିଧାସଳଖ ଜନତା ମଇଦାନରେ ପହଞ୍ଚିବେ । ଉକôର୍ଷ ଓଡିଶା, ମେକ୍ ଇନ୍ ଓଡିଶା କନ୍କ୍ଲେଭ୍-୨୦୨୫ରେ ଦିନ ୧୧ଟାରୁ ଅପରାହ୍ଣ ୧୨ଟା ୩୦ ଯାଏଁ ଉପସ୍ଥିତ ରହିବେ । ଏହା ପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ । ଦିନ ୧୨ଟା ୫୫ମିନିଟ୍ରେ ଦିଲ୍ଲୀ ଫେରିଯିବେ ।
ମେକ୍ ଇନ୍ ଓଡିଶା କନ୍କ୍ଲେଭ୍-୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀ ମାନଙ୍କୁ ଉଦ୍ବୋଧନ ଦେବେ । ଏହି ଦୁଇ ଦିନ ମଧ୍ୟରେ ଶିଳ୍ପର ବିଭିନ୍ନ କ୍ଷେତ୍ର ସମ୍ବନ୍ଧିତ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବା ସହିତ ବିଶିଷ୍ଟ ଶିଳ୍ପପତିମାନଙ୍କ ଅଭିଭାଷଣ, ମୁଖ୍ୟମନ୍ତ୍ରୀଙ୍କ ସହିତ ବଡବଡ ଶିଳ୍ପସଂସ୍ଥାର ସିଇଓମାନଙ୍କ ରାଉଣ୍ଡ୍ଟେବୁଲ, ଓଡିଆ ଉଦ୍ୟୋଗୀମାନଙ୍କ ସ୍ୱତନ୍ତ୍ର ଅଧିବେଶନ ଏବଂ ମହିଳା ବିଜନେସ୍ ଲିଡର୍ସମାନଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ । ଏହା ସହିତ ‘ସୁଭଦ୍ରାରୁ ମୁଦ୍ରା’ ନାମରେ ଓଡିଆ ମହିଳା ଉଦ୍ୟୋଗୀମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ଅଧିବେଶନ ହେବ । ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଔଦ୍ୟୋଗିକ ପ୍ରଦର୍ଶନୀ ଅନୁଷ୍ଠିତ ହେବ ।

  • Related Posts

    ବିଜେପିର ଦମ୍ଭୋକ୍ତି କୁଆଡ଼େ ଗଲା: ନବୀନ

    କୋରାପୁଟ ଜିଲ୍ଲାର କୋଟିଆ ପଂଚାୟତରେ ଆନ୍ଧ୍ର ପ୍ରଦେଶ ସରକାର ନିର୍ବାଚନ ଘୋଷଣା କରିବା ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି…

    Continue reading
    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି