୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର

ମୁନିଗୁଡା: ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ ବୋଝେଇ ଟ୍ୟାଙ୍କର ୩ଟି ଘର ଉପରେ ଓଲଟି ପଡ଼ିଥିବା ବେଳେ ତିନୋଟି ପରିବାରର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ବକ୍ସାଇଟ ବୋଝେଇ ଟ୍ୟାଙ୍କର ବିଶାଖାପାଟଣାଠାରୁ ଝାରସୁଗୁଡା ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଟ୍ୟାଙ୍କରଟି କିଭଳି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟାଇଲା କେହି ଜାଣି ନ ଥିବା ବେଳେ ଭୋର ସମୟ ହୋଇଥିବାରୁ ଡ୍ରାଇଭର ଆଖି ଲାଗିଯାଇଥିବା ହେତୁ ଅଳ୍ପ ବୁଲାଣି ଥିବାରୁ ଭାରସାମ୍ୟ ହରାଇ ଥିବା ନେଇ ଅନୁମାନ କରାଯାଉଛି। ତେବେ ଏହି ଦୁର୍ଘଟଣାରେ ତିନୋଟି ଘରର କାନ୍ଥ ଓ ଆଜବେଷ୍ଟ ଓ ଆସବାବପତ୍ର ଭାଙ୍ଗି ନଷ୍ଟ ହୋଇଯାଇଛି। ସେହି ଘରରେ ଦୁଇଟି ବାଇକ ମଧ୍ୟ ଥିଲା ବାଇକ ଗୁଡିକ ମଧ୍ୟ ସାମାନ୍ୟ ଭାଙ୍ଗିଥିବା ଜଣାପଡିଥିବା ବେଳେ ଡ୍ରାଇଭର ଆହତ ହୋଇଥିବା ଜଣାପଡିଛି। ଘଟଣା ପରେ ମୁନିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବା ସହ ତଦନ୍ତ ଜାରିରଖିଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ