୩ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ

ବେଙ୍ଗାଲୁରୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ୩ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ବୋଙ୍ଗାଲୁରୁ କେଏସ୍ଆର ରେଳଷ୍ଟେସନରେ ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଅଜନୀ(ନାଗପୁର)-ପୁଣେ, ବେଙ୍ଗାଲୁରୁ-ବେଲଗାଭି ଓ ମାତା ବୈଷ୍ଣୋଦେବୀ କାଟ୍ରା – ଅମୃତସରଏକ୍ସପ୍ରେସର ଶୁଭାରମ୍ଭ କରିଥିଲେ। ଏହି ୩ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ ସହିତ ଦେଶରେ ବନ୍ଦେ ଭାରତ ଏକ୍ସପ୍ରେସ ସଂଖ୍ୟା ୧୫୦ରେ ପହଞ୍ଚିଛି। ଏହା ସହିତ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁ ମେଟ୍ରୋର ବହୁ ପ୍ରତିକ୍ଷୀତ ‌ୟେଲୋ ଲାଇନ୍‌ର ଶୁଭାରମ୍ଭ କରିଛିନ୍ତି। ରାଗିଗୁଡ଼ା ଷ୍ଟେସନରେ ପ୍ରଧାନମନ୍ତ୍ରୀ ମୋଦୀ ମେଟ୍ରୋ ଟ୍ରେନ୍‌ର ଉଦଘାଟନ କରିବା ସହିତ ଏଥିରେ ଇଲେକ୍ଟ୍ରୋନିକ ସିଟି ମେଟ୍ରୋ ଷ୍ଟେସନ ପର୍ଯ୍ୟନ୍ତ ଯାତ୍ରା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହିତ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା, ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ଓ କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟର ମଧ୍ୟ ଥିଲେ। ଏହି ଯାତ୍ରାବେଳେ ପ୍ରଧାନମନ୍ତ୍ରୀ ସ୍କୁଲ ପିଲାଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ଅନୁଭୂତି ଜାଣିଥିଲେ। ଟ୍ରେନ ଚାଳକବିହୀନ ହୋଇଥିଲେ ମଧ୍ୟ ଜଣେ ମହିଳା ଲୋକୋ ପାଇଲଟ ପ୍ରଧାନମନ୍ତ୍ରୀଙ୍କ ଯାତ୍ରା ବେଳେ ଦାୟିତ୍ବରେ ରହିଥିଲେ। ଦ୍ବିତୀୟ ପର୍ଯ୍ୟାୟ ମେଟ୍ରୋ ନିର୍ମାଣ ପାଇଁ ପ୍ରାୟ ୭,୧୬୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏଥିରେ ୧୬ଟି ଷ୍ଟେସନ ରହିଛି। ଏହାଦ୍ବାରା ବେଙ୍ଗାଲୁରୁରେ ମେଟ୍ରୋ ରେଳ ଲାଇନ ୯୬ କିମି ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ତୃତୀୟ ପର୍ଯ୍ୟାୟରେ ୧୫,୬୧୦ କୋଟି ବ୍ୟୟରେ ନିର୍ମାଣ ହେବାକୁ ଥିବା ୪୪ କିମି ଲମ୍ବା ମେଟ୍ରୋ ଲାଇନର ଶିଳାନ୍ୟାସ କରିଥିଲେ।

  • Related Posts

    ଯନ୍ତରମନ୍ତରେ କକ୍ରୋଚ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନ

    ନୂଆଦିଲ୍ଲୀ: ଦିଲ୍ଲୀର ଯନ୍ତରମନ୍ତରରୁ ଶୁଭିଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି। ଯନ୍ତରମନ୍ତରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରି ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କରିଛି କକ୍ରୋଚ ଜନତା ପାର୍ଟି। ଯୁବଗୋଷ୍ଠୀଙ୍କ ଦ୍ୱାରା ସୋଶାଲ ମିଡିଆରୁ ଆରମ୍ଭ ହୋଇଥିବା ଏହି…

    Continue reading
    ଆୟର୍ଲାଣ୍ଡ-ଇଂଲଣ୍ଡ ପାଇଁ ଭାରତ ପ୍ରସ୍ତୁତ; ସୂର୍ଯ୍ୟ ହଟିଲେ, ଶ୍ରେୟାସ କ୍ୟାପ୍ଟେନ୍

    ଟିମ୍ ଇଣ୍ଡିଆରେ ବିସ୍ଫୋରକ ବୈଭବଙ୍କ ଏଣ୍ଟ୍ରୀ ନୂଆଦିଲ୍ଲୀ: ଆୟର୍ଲାଣ୍ଡ ଓ ଇଂଲଣ୍ଡ ବିପକ୍ଷ ଟି-ଟ୍ୱେଣ୍ଟି ସିରିଜ ଏବଂ ଆଗାମୀ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ଟି-ଟ୍ୱେଣ୍ଟି ଦଳ ଘୋଷଣା ହୋଇଛି । ଯାହା ଅନୁମାନ କରାଯାଉଥିଲା ତାହା ହୋଇଛି । ବିଶ୍ୱ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ