
ଭୁବନେଶ୍ବର: ଆସନ୍ତା ୪ ତାରିଖ ଅର୍ଥାତ୍ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ବନ୍ଦ ରହିବ। ଗ୍ରୀଷ୍ମ ପ୍ରବାହ ଯୋଗୁଁ ଏହି ନିଷ୍ପତ୍ତି ନିଆଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


