୫ ତାରିଖ ପର୍ୟ୍ୟନ୍ତ ବର୍ଷା!

ଭୁବନେଶ୍ୱର : ପାଣିପାଗ ବିଭାଗର ପୂର୍ବାନୁମାନ। ଆସନ୍ତା ୫ ତାରିଖ ପର୍ୟ୍ୟନ୍ତ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳ ବର୍ଷା ଆଶଙ୍କା ଅଛି। ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।

ଗୁରୁବାର ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଓ ଝାରସୁଗୁଡ଼ାରେ ପ୍ରବଳରୁ ପ୍ରବଳ ଏବଂ ବରଗଡ଼, ନୂଆପଡ଼ା, ବଲାଙ୍ଗୀରରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପଟେ ଝାଡ଼ଖଣ୍ଡ ଉପରେ ଆସନ୍ତା ୪ ତାରିଖବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଝାଡ଼ଖଣ୍ଡରେ ବର୍ଷା ପୁଣି ବଢ଼ାଇବ । ଓଡ଼ିଶାରେ ୫ ତାରିଖବେଳକୁ ବର୍ଷା ବଢ଼ିପାରେ। ବିଶେଷ କରି ପଶ୍ଚିମ ଓଡ଼ିଶା ଓ ଏହା ସଂଲଗ୍ନ ଅଞ୍ଚଳରେ ବର୍ଷା ବଢ଼ିବା ସମ୍ଭାବନା ଅଛି ।

ତେବେ ଲଗାଣ ବର୍ଷା ନେଇ ରାଜସ୍ୱ ମନ୍ତ୍ରୀ କହିଛନ୍ତି ଯେ, ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାବାସୀ ପ୍ରଭାବିତ ହୋଇଛନ୍ତି। ଆଉ ବର୍ଷା ନହେଲେ ବନ୍ୟା ଟଳିଯିବ। ମୟୂରଭଞ୍ଜ ଓ ବାଲେଶ୍ୱର ସ୍ଥିତି ସୁଧୁରିଛି। ବୈତରଣୀ, ବୁଢାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀ ଜଳସ୍ତର ବିପଦ ସଂକେତ ତଳକୁ ଆସିଲାଣି । ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲା ପାଇଁ ବିପଦ ଥିବା ଇବ ନଦୀର ଜଳ ପତ୍ତନ ମଧ୍ୟ ଖସିଲାଣି । ବନ୍ୟା ପ୍ରବାହିତ ଅଞ୍ଚଳରେ ୭ ଦିନ ଯାଏ ମାଗଣା ଖାଦ୍ୟ ସହ ରିଲିଫ ସେଣ୍ଟର ଚଳାଇବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବନ୍ୟା ଅଞ୍ଚଳର ଯେଉଁ ଲୋକେ ରିଲିଫ ସେଣ୍ଟରରେ ନାହାନ୍ତି, ତାଙ୍କ ଘରକୁ ଖାଦ୍ୟ ପହଞ୍ଚାଇ ଦିଆଯିବ । ଯେତେ ଶୀଘ୍ର ପାଣି ଖସିବ, ସେତେ ଶୀଘ୍ର କ୍ଷୟକ୍ଷତି ଆକଳନ ହେବ । ସମ୍ପୂର୍ଣ୍ଣ ଆକଳନ ସରିବା ପୂର୍ବରୁ ଆନୁମାନିକ ଆକଳନ କରି ପଠାଇବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

  • Related Posts

    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading
    ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ

    ଭୁବନେଶ୍ୱର: ଓଡ଼ିଶାରୁ କିଛି ଅଞ୍ଚଳରୁ ମୌସୁମୀ ବିଦାୟ ନେବାର ପ୍ରକ୍ରିୟା ଆରମ୍ଭ ହୋଇଛି । ସୁନ୍ଦରଗଡ଼ ଓ ବରଗଡ଼ରୁ ମୌସୁମୀ ବିଦାୟ ନେଇଥିବା ଜଣାଯାଇଛି । ତେବେ ଆସନ୍ତା ୩ରୁ ୪ ଦିନ ଭିତରେ ପୂରା ଓଡ଼ିଶାରୁ ମୌସୁମୀ ବିଦାୟ ନେବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ