୫ ଦିନ ଯାଏ ବର୍ଷା ନାହିଁ

ଭୁବନେଶ୍ବର : ଆଗାମୀ ପାଞ୍ଚ ଦିନ ଯାଏ ରାଜ୍ୟର ଅଧିକାଂଶ ଜିଲାରେ ପାଗ ଶୁଖିଲା ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ‌ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ ଆଗାମୀ କିଛି ଦିନ ଯାଏ ବର୍ଷା ସମ୍ଭାବନା କମ୍ ଥିବାବେଳେ ତାତି ବଢ଼ିବା ଆଶଙ୍କା ରହିଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଯାଜପୁର, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲାରେ ଅଧିକ ତାତି ଅନୁଭୂତ ହେବ। ୧୯ ତାରିଖ ଯାଏ ବିଭିନ୍ନ ଜିଲାରେ ଏପରି ସ୍ଥିତି ଲାଗି ରହିବ।ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁସାରେ ବାୟୁରେ ଆର୍ଦ୍ରତା ଅଧିକ ରହୁଥିବାବେଳେ ବର୍ଷା ସମ୍ଭାବନା କମିଛି। ପରିଣାମ ସ୍ବରୂପ ତାପମାତ୍ରାରେ ବୃଦ୍ଧି ହେଉଛି। ଆଗକୁ ଆଉ କିଛି ଦିନ ପର୍ୟ୍ୟନ୍ତ ତାତି ବଢ଼ିବ।

  • Related Posts

    ପୁଣି ଏକ ହାତୀ ମୃତ

    କନ୍ଧମାଳ:ବେଲଘର୍ ରେଞ୍ଜରେ ପୁଣି ଏକ ହାତୀର ମୃତ । କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ନିକଟସ୍ତ ଶିମିଳିପଦର ଜଙ୍ଗଲରେ ହାତୀ ମୃତ ଶରୀର ମିଳିଛି। କିଛି ଦିନ ହେବ ବଲାଙ୍ଗୀର ଜଙ୍ଗଲରୁ ହାତୀଟି ଆସଥିଲା। କଲାହାଣ୍ଡି…

    Continue reading
    ପୁଣି ଅଦିନିଆ ରଥଯାତ୍ରାକୁ ନେଇ ବିବାଦ

    ଭୁବନେଶ୍ୱର: ପୁଣି ଅଦିନିଆ ରଥଯାତ୍ରାକୁ ନେଇ ବିବାଦ । ଆଜି ଅଷ୍ଟ୍ରେଲିଆର ବ୍ରିସବେନରେ ଇସ୍କନ ଆୟୋଜନ କରିବ ଅଦିନିଆ ରଥଯାତ୍ରା । ଅଷ୍ଟ୍ରେଲିଆର କିଙ୍ଗ ଜର୍ଜ ସ୍କୋୟାର ବ୍ରିସବେନ ସିବିଡିରେ ପୂର୍ବାହ୍ନ ୧୧ଟା ରୁ ଅପରାହ୍ନ ୩ଟା ୩୦ ପର୍ୟ୍ୟନ୍ତ ରଥଯାତ୍ରା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ