୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ପ୍ରତିନିଧି ମଣ୍ଡଳୀ ।ସିଙ୍ଗାପୁର ଯିବା ଆଗରୁ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଜଗନ୍ନାଥଙ୍କ ଆର୍ଶୀବାଦରେ ଓ ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ବରିଷ୍ଠ ପ୍ରତିନିଧି ମଣ୍ଡଳି ସହିତ ସିଙ୍ଗାପୁର ଯାଉଛି। ମୁଁ ଆଶା କରୁଛି ଯେ ଯେତେବଳେ ସାରା ବିଶ୍ୱରୁ ଇନଭେଷ୍ଟରମାନେ ଭାରତରେ ଇନଭେଷ୍ଟ କରିବା ପାଇଁ ଚାହିଁବେ ସେତେବେଳେ ଓଡ଼ିଶା ସେମାନଙ୍କର ପ୍ରଥମ ପ୍ରସନ୍ଦ ହେବ।ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଶିଳ୍ପାୟନ ପାଇଁ ସିଙ୍ଗାପୁର ପ୍ରସିଦ୍ଧ। ସେଠାରେ କେମିକାଲସ, ପେଟ୍ରୋ କେମିକାଲ୍ସ, ଗ୍ରୀନ ଏନର୍ଜି, ସେମିକଣ୍ଡକ୍ଟର, ଖାଦ୍ୟ ପ୍ରକ୍ରିୟାକରଣ ଆଦି କ୍ଷେତ୍ରରେ ବିଶ୍ୱର ବଡ଼ ବଡ଼ କମ୍ପାନୀ କାମ କରୁଛନ୍ତି। ସେହି କମ୍ପାନୀର ଶୀର୍ଷ ନେତୃତ୍ୱଙ୍କ ସହ ଓଡ଼ିଶା ଆଲୋଚନା କରିବ।ପୁଞ୍ଜିପତିଙ୍କୁ ଆମ ରାଜ୍ୟର ପ୍ରାକୃତିକ ସମ୍ପଦ, ଦକ୍ଷ ମାନବ ସମ୍ବଳ ଓ ଉନ୍ନତ ଶିଳ୍ପ ନୀତି ସମ୍ପର୍କରେ ଅବଗତ କରାଯିବ। ନିବେଶ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇରହିଛି। ଏଣୁ ଓଡ଼ିଶାରେ ନିବେଶ କରି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ନିବେଶକୁ ନିମନ୍ତ୍ରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ