୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ

କଟକ: କଟକ ଶୈଳବାଳା ମହିଳା ମହାବିଦ୍ୟାଳୟରେ ଅଘଟଣ । ମହିଳା ମହାବିଦ୍ୟାଳୟର ନୂଆ କୋଠା କାମ ଚାଲିଥିବାବେଳେ କୋଠାରୁ ପଡ଼ି ଜଣେ ଶ୍ରମିକଙ୍କ ମୃତ୍ୟ ହୋଇଛି। ନିର୍ମାଣାଧୀନ କୋଠାର ଛଅ ମହଲାର ଛାତ କାମ ଚାଲୁଥିବା ବେଳେ ତଳକୁ ପଡ଼ି ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ନାଁ ସୁଜୟ କୁମାର। ତାଙ୍କ ଘର ବିହାରରେ ହୋଇଥିବା ସୂଚନା ମିଳିଛି। ମୃତ ସୁଜୟଙ୍କ ବୟସ ୨୦ ବର୍ଷ।

ସୂଚନା ଅନୁଯାୟୀ, ସୁଜୟ ଛଅ ତାଲା ଉପରୁ ଲୁହା ରଡ ବାନ୍ଧୁଥିବା ସମୟରେ ତଳକୁ ପଡ଼ିଯାଇଥିଲେ। ପରେ ଗୁରୁତର ଅବସ୍ଥାରେ କଟକ ସିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଶରୀରକୁ କଟକ ଏସସିବି ମେଡିକାଲକୁ ଶବ ବ୍ୟବଛେଦ ପାଇଁ ପଠାଇଛି କ୍ୟାଣ୍ଟନମେଣ୍ଟ ଥାନା ପୋଲିସ୍।

ତେବେ ନିର୍ମାଣ କାର୍ୟ୍ୟ ଚାଲିଥିବା ବେଳେ ଶ୍ରମିକଙ୍କ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ନାଁ ନାହିଁ, ସେ ସମ୍ପର୍କରେ ପୋଲିସ ଅନୁଧ୍ୟାନ କରୁଛି। ଘଟଣା ସମ୍ପର୍କରେ ମହାବିଦ୍ୟାଳୟ କର୍ତ୍ତୃପକ୍ଷ କିମ୍ବା ଠିକା ସଂସ୍ଥା ତରଫରୁ କୈାଣସି ପ୍ରତିକ୍ରିୟା ମିଳିପାରିନାହିଁ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ