୬୮ତମ ରାଜ୍ୟ ଗୋଷ୍ଠୀ ସଂସଦୀୟ ସଂଘ ଓ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି

ଭୁବନେଶ୍ୱର, ୧୦/୧୦/୨୦୨୫: ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ବାର୍ବାଡୋସ୍‌ ଗସ୍ତରେ ଯାଇଥିବାବେଳେ ବି୍ରଜଟାଉନଠାରେ ‘ରାଜ୍ୟଗୋଷ୍ଠୀ ମଧ୍ୟରେ ଲିଙ୍ଗଗତ ସମ୍ବେଦନଶୀଳତା ଓ ସଂସଦଗୁଡ଼ିକୁ ସାକାର କରିବା ପାଇଁ ଭଲ ଅଭ୍ୟାସ ଓ ରଣନୀତି’ ଶୀର୍ଷକ ଆଲୋଚନାରେ ନିଜ ବକ୍ତବ୍ୟରେ କହିଲେ ଯେ ବିଶ୍ୱରେ ଭାରତ ଏକ ବୃହତ ଗଣତନ୍ତ୍ର ହୋଇ ମଧ୍ୟ ୧୯୯୫ରେ ପାର୍ଲାମେଣ୍ଟରେ ୧୫ ପ୍ରତିଶତ ମହିଳା ପ୍ରତିନିଧିତ୍ୱ କରୁଥିବାବେଳେ ଆଜି ୩୦ ବର୍ଷ ପରେ ମଧ୍ୟ ଏହି ପ୍ରତିନିଧିତ୍ୱ ହାର ୨୭ ପ୍ରତିଶତରେ ରହିଛି । ଏହା ନିଶ୍ଚିତ ଭାବେ ଆମର ନେତୃତ୍ୱ ନେବା କ୍ଷେତ୍ରରେ ଆମର ଅସମାନତାକୁ ସୂଚାଉଛି । ଦେଶରେ ମହିଳା ନେତୃତ୍ୱକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଜାତୀୟ ଓ ରାଜ୍ୟ ବିଧାନସଭାରେ ୩୩ ପ୍ରତିଶତ ସଂରକ୍ଷଣ ପାଇଁ ଆଇନ ପ୍ରଣୟନ ହୋଇଛି ।
ସବୁଠାରୁ ଉଲ୍ଲେଖନୀୟ ଘଟଣା ହେଉଛି ମହିଳାମାନେ ଆଜି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି । ଉଦ୍ୟୋଗ ଜଗତଠାରୁ ଆରମ୍ଭ କରି ପ୍ରତିରକ୍ଷା କ୍ଷେତ୍ର, ବୈଷୟିକ କ୍ଷେତ୍ରଠାରୁ ମହାକାଶ ଅଭିଯାନ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷେତ୍ରରେ ମହିଳାମାନେ ସଫଳ ସାବ୍ୟସ୍ତ ହୋଇପାରିଛନ୍ତି । ମହିଳା ସଶକ୍ତିକରଣ ହେଉଛି ସମୟର ଆହ୍ୱାନ ଓ ଆଜିର ଆବଶ୍ୟକତା । ଏହାକୁ ଏକ ଦାତବ୍ୟ କାର୍ଯ୍ୟ ବୋଲି ବିବେଚନା କରିବା ଅନୁଚିତ । ଏକ ସମୃଦ୍ଧ ରାଷ୍ଟ୍ରଗଠନରେ ମହିଳାମାନଙ୍କର ଅଂଶଗ୍ରହଣ ଓ ଭାଗୀଦାରି ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ।
କିନ୍ତୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ ଓଡ଼ିଶାରେ ତୃଣମୂଳ ସ୍ତରରୁ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ପଞ୍ଚାୟତିରାଜ ବ୍ୟବସ୍ଥାରେ ମହିଳାଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତକୁ ବୃଦ୍ଧି କରାଯାଇଛି । ରାଜ୍ୟରେ ମହିଳାମାନଙ୍କୁ ଆର୍ଥିକ ସ୍ତରରେ ସ୍ୱାବଲମ୍ବୀ କରିବା ପାଇଁ ସରକାର ବହୁତଗୁଡ଼ିଏ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ।
ତେବେ କିଛି ଉତ୍ତମ ଅଭ୍ୟାସ ଓ ରଣନୀତି ଗ୍ରହଣ କରିବା ଦ୍ୱାରା ମହିଳାମାନେ କେବଳ ପାର୍ଲାମେଣ୍ଟରେ ପ୍ରତିନିଧିତ୍ୱ କରିବାର ସୁଯୋଗ ପାଇବେ ତାହା ନୁହେଁ ନେତୃତ୍ୱ ନେବା କ୍ଷେତ୍ରରେ ମଧ୍ୟ ନିଜର ପରାକାଷ୍ଠା ପ୍ରଦର୍ଶନ କରିପାରିବେ । ଏଥି ପ୍ରତି ଆମକୁ ଗୁରୁତ୍ୱ ଦେବାକୁ ପଡ଼ିବ ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ ପ୍ରକାଶ କରିଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀରେ ୫୬ ଦେଶ ସଭ୍ୟ ଭାବରେ ରହିଥିବାବେଳେ ଲୋକସଭାର ବାଚସ୍ପତି ଶ୍ରୀ ଓମ୍‌ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶଙ୍କ ସମେତ ପାର୍ଲାମେଣ୍ଟର ସଦସ୍ୟ, ୨୨ ରାଜ୍ୟର ବାଚସ୍ପତି, ଉପବାଚସ୍ପତି ଓ ସଚିବ ଏହି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ