୭ ନୂଆ ମ୍ୟୁନିସିପାଲଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ ଜିଲ୍ଲାର ସହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁରକୁ ଏନଏସି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ସହିତ ଢେଙ୍କାନାଳ ଜିଲ୍ଲାର ଗଁନ୍ଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଏବଂ ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା ଏବଂ ଜୟପାଟଣା, ଖୋର୍ଦ୍ଧା ଜିଲ୍ଲାରୁ ଟାଙ୍ଗୀ, କୋରାପୁଟ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା, ଯଶୀପୁର ଓ ରାସଗୋବିନ୍ଦପୁରକୁ ନୂଆ ଏନଏସି ଭାବେ ଘୋଷଣା କରାଯାଇଛି । ସେହିପରି ବର୍ତ୍ତମାନ ଏନଏସି ଥିବା ମୟୂରଭଞ୍ଜର କରଞ୍ଜିଆକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି । ଏହା ସହ ବୌଦ୍ଧ ଜିଲ୍ଲାର ବୌଦ୍ଧ, ଗଞ୍ଜାମ ଜିଲ୍ଲାର ଭଞ୍ଜନଗର, ଆସ୍କା, ଛତ୍ରପୁର, କବିସୂର୍ୟ୍ୟନଗର ଓ ପୋଲସରାକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ