୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ ରହିଛି

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି ।
ଏହି ଅବସରରେ ସେ କହିଛନ୍ତି ଯେ ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ୱକୁ ଚକିତ କରିଛି । ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି । ଏଥର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି । ମଧ୍ୟମ ଶ୍ରେଣୀର ଲୋକଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ପ୍ରଥମିକତା ଦିଆଯାଇଛି । କୃଷି ଉପôାଦନ ବୃଦ୍ଧି ଉପରେ ଗୁରୁତ୍ୱ ରହିଛି । ଏହାଦ୍ୱାରା ୧.୭ କୋଟି କୃଷକ ଉପକୃତ ହେବେ । ଏଡିବୁଲ ଅଏଲରେ ଆତ୍ମନିର୍ଭର ହେବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୬ ବର୍ଷିଆ ସ୍କିମ କେନ୍ଦ୍ର ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ବିହାରରେ ଏକ ମକାନା ବୋର୍ଡ ଗଠନ କରାଯିବ ।
ଏହି ମକାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ । ମତ୍ସ୍ୟ ଉପôାଦନରେ ଭାରତ ସାରା ବିଶ୍ୱରେ ଦ୍ୱିତୀୟ । ଟେକ୍ସଟାଇଲ ସେକ୍ଟର ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
ୟୁରିଆ ଉପôାଦନରେ ଦେଶକୁ ଆତ୍ମନିର୍ଭର କରିବୁ ।

ଏମଏସଏମଇ ବିକାଶର ଦ୍ୱିତୀୟ ଇଞ୍ଜିନ । ୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ ରହିଛି । ଏମଏସଏମଇ କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁର କରାଯିବ । ଯୁବକଙ୍କୁ ଏମଏସଏମଇ ଦ୍ୱାରା ଅଧିକ ନିଯୁକ୍ତି ଦେଇ ହେବ । ଅଣଚମଡ଼ା ଶିଳ୍ପ ଉପରେ ଏଥଣ ଫୋକସ ରହିବ । ଅଣଚମଡ଼ା ଶିଳ୍ପ ଦ୍ୱାରା ୨୨ ଲକ୍ଷ ଉପକୃତ ହେବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ପୁଞ୍ଜିନିବେଶ ବିକାଶର ତୃତୀୟ ଇଞ୍ଜିନ । ସକ୍ଷମ ଅଙ୍ଗନବାଡ଼ି ଯୋଜନା ଦ୍ୱାରା ଉପକୃତ ହେବେ ୮କୋଟି ପିଲା ।୧ କୋଟି ଗର୍ଭବତୀ ଓ ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ । ୧୦ ବର୍ଷରେ ମେଡିକାଲ ସିଟ ୧.୧ ଲକ୍ଷ ବୃଦ୍ଧି ଘଟିଛି । ସବୁ ଜିଲ୍ଲା ହସ୍ପିଟାଲରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ ।

ଏଣିକି ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ବ୍ରଡବ୍ୟାଣ୍ଡ ବ୍ୟବସ୍ଥା ରହିବ । ସେହିଭଳି ଏଆଇ ଶିକ୍ଷାକୁ ପ୍ରୋତ୍ସାହନ ପାଇଁ ୫୦୦ କୋଟିର ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି ।

ମେଡିକାଲ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ । ଆସନ୍ତା ବର୍ଷ ଆଉ ୧୦ ହଜାର ମେଡିକାଲ ସିଟ ବୃଦ୍ଧି କରାଯିବ । ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର ମେଡିକାଲ ସିଟ ବୃଦ୍ଧି କରାଯିବା ନେଇ ଲକ୍ଷ୍ୟ ରଖାଯାଇଛି ।

ସହରାଞ୍ଚଳ ବିକାଶ ପାଇଁ ୧ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି । ୨୦୨୮ ସୁଦ୍ଧା ଜଳ ଜୀବନ ମିଶନ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ୧୧ ଗିଗା ୱାଟ ପରମାଣୁ ଶକ୍ତି ଉପôାଦନ ନେଇ ମଧ୍ୟ ଲକ୍ଷ୍ୟ ରଖାଯାଇଛି । ନୁ୍ୟକ୍ଲିର ଏନର୍ଜି ମିଶନ ପ୍ରତିଷ୍ଠା କରାଯିବ । ନୁ୍ୟକ୍ଲିର ଏନର୍ଜି ମିଶନ ପାଇଁ ୨୦ ହଜାର କୋଟି ବ୍ୟୟ ବରାଦ କରାଯାଇଛି । କ୍ଷୁଦ୍ର ମଡୁ୍ୟଲାର ରିଆକ୍ଟର ପ୍ରତିଷ୍ଠା କରି ଶକ୍ତି ଉପôାଦନ କରାଯିବ । ପରମାଣୁ ଶକ୍ତି ପାଇଁ ୨୦ ହଜାର କୋଟି ନିବେଶହେବ । ମଡିଫାଏଡ ଉଡ଼ାଣ ସ୍ମିମ ଲାଗୁ ହେବ । ଯୋଡ଼ି ହେବେ ଆଉ ୪ କୋଟି ବିମାନ ଯାତ୍ରୀ । ବିହାର ପାଟନାରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରତିଷ୍ଠା କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ପର୍ଯ୍ୟଟନ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଉଛି ସୁଧମୁକ୍ତ ଋଣ । ଆଗାମୀ ୫୦ ବର୍ଷ ପାଇଁ ରାଜ୍ୟଗୁଡ଼ିକୁ ସୁଧମୁକ୍ତ ଋଣ ପ୍ରଦାନ କରାଯିବ । ଏହାଛଡ଼ା ଜିଓ ସ୍ପେଶାଲ ମିଶନ ପ୍ରତିଷ୍ଠା କରାଯିବ । ପ୍ରଧାନମନ୍ତ୍ରୀ ଗତିଶକ୍ତି ଯୋଜନା ଜରିଆରେ ଏହାକୁ ପ୍ରତିଷ୍ଠା କରାଯିବ । ବୈଷୟିକ ଶିକ୍ଷା କ୍ଷେତ୍ରରେ ମଧ୍ୟ ୧୦ ହଜାର ଫେଲୋସିପ ଦିଆଯିବ ।

ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ଆୟକର ବିଲ ଆସିବ ବୋଲି କହିଛନ୍ତି । ଆସନ୍ତା ସପ୍ତାହରେ ନୂଆ ଆୟକର ବିଲ ଆସିବ ବୋଲିସେ କହିଛନ୍ତି । ବୀମା କ୍ଷେତ୍ରରେ ଏଫଡିଆଇ ୭୫ ପ୍ରତିଶତରୁ ୧୦୦ ପ୍ରତିଶତକୁ ବୃଦ୍ଧି ପାଇଛି । ସେହିପରି ସେ କହିଛନ୍ତି ଯେ ଖେଳନା ତିଆରି ଶିଳ୍ପକୁ ଅଧିକ ଗୁରୁତ୍ୱ ଦିଆଯିବ । ଭାରତ ଖେଳନା ଶିଳ୍ପର ଗ୍ଲୋବାଲ ହବ ହେବ । ଗିଗ ୱାର୍କର୍ସଙ୍କ ପାଇଁ ଆଇଡି କାର୍ଡର ବ୍ୟବସ୍ଥା କରାଯିବ । ସବୁ ଘରକୁ ଟ୍ୟାପ ଯୋଗେ ଜଳଯୋଗାଣ ଲକ୍ଷ୍ୟ ହାସଲ କରାଯାଇଛି । ଏସଏଚଜି ପାଇଁ ଗ୍ରାମୀଣ କ୍ରେଡିଟ କାର୍ଡ ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ କେଉଁ କେଉଁ ଜିନିଷ ଶସ୍ତା ହେବ ତାହାର ତଥ୍ୟ ମଧ୍ୟ ରଖିଛନ୍ତି । ଏଲଇଡି ଟିଭି ଉପରୁ କର ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ଏହାଛଡ଼ା ଇଭିରେ ବ୍ୟବହାର ହେଉଥିବା ବ୍ୟାଟେରୀ ଉପରୁ ମଧ୍ୟ କର ହ୍ରାସ କରାଯାଇଛି । ମୋବାଇଲ ବ୍ୟାଟେରୀ, ଚମଡ଼ାଜାତ ଦ୍ରବ୍ୟର ଦର ମଧ୍ୟ କମିବ । ଏହାଛଡ଼ା ଜୀବନ ରକ୍ଷାକାରୀ ଔଷଧ ମଧ୍ୟ ଶସ୍ତା ହେବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । କ୍ୟାନସର ଓ ଅନ୍ୟ ଦୂରାରୋଗ୍ୟ ବ୍ୟାଧି ପାଇଁ ବ୍ୟବହାର ହେଉଥିବା ଔଷଧର ଦାମ ମଧ୍ୟ କମିବ । ୩୬ ପ୍ରକାର ଜୀବନ ରକ୍ଷାକାରୀ ଔଷଧ ଶସ୍ତା ହେବ । ୩୬ ଜୀବନ ରକ୍ଷାକାରୀ ଔଷଧ ଉପରୁ କଷ୍ଟମ ଡୁ୍ୟଟି ସମ୍ପୂର୍ଣ୍ଣ ଛାଡ଼ କରାଯାଇଛି ।

  • Related Posts

    ତିବ୍ଦତରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    ତିବ୍ଦତ: ଗୁରୁବାର ତିବ୍ଦତରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ଥିବା ଜଣାପଡିଛି । ତେବେ କ୍ଷୟକ୍ଷତିର ଖବର ଏଯାଏ ହସ୍ତଗତ ହୋଇପାରିନାହିଁ । କିନ୍ତୁ ଏହଦ୍ୱାରା ହିମାଳୟ ପାର୍ବତୀୟ ଅଞ୍ଚଳର ପରିବେଶ…

    Continue reading
    ମୋଦୀଙ୍କୁ ନେତାନ୍ୟାହୁଙ୍କ ନିମନ୍ତ୍ରଣ

    ନୂଆଦିଲ୍ଲୀ: ଭାରତ ଓ ଇସ୍ରାଏଲ ମଧ୍ୟରେ ରଣନୈତିକ ସମ୍ପର୍କକୁ ଆହୁରି ମଜଭୁତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ଦୁଇ ଦେଶର ପ୍ରଧାନମନ୍ତ୍ରୀ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍‌ରେ କଥା ହୋଇ ଇସ୍ରାଏଲର ସ୍ୱାଧୀନତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି