୭୭ତମ ବନ ମହୋତ୍ସବ: ଚାରାରୋପଣ କଲେ ଉପମୁଖ୍ୟମନ୍ତୀ

ଦେବଗଡ଼:ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଳକର ସାମନ୍ତରାପାଲି ଗ୍ରାମରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆଜି ‘ଏକ୍ ପେଡ୍ ମା କେ ନାମ ୩.୦ ଅଭିଯାନ ଓ ୭୭ତମ ବନ ମହୋତ୍ସବ ସପ୍ତାହ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟଅତିଥି ଭାବେ ଯୋଗ ଦେଇ ପରିବେଶର ସୁରକ୍ଷା,ଜଳବାୟୁ ପରିବର୍ତ୍ତନର ମୁକାବିଲା ଏବଂ ସବୁଜ ପରିବେଶ ସୃଷ୍ଟି ପାଇଁ ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରିବା ପାଇଁ କହିଥିଲେ। ଏହାସହିତ ଜିଲ୍ଲାରେ ବୃକ୍ଷରୋପଣ ଅଭିଯାନକୁ ବ୍ୟାପକ କରିବା ସହ ସଚେତନତା ପାଇଁ ବନବିଭାଗର ଏକ ଭ୍ରାମ୍ୟମାଣ ସବୁଜ ରଥର ମଧ୍ୟ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମ‌ରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ,ଜିଲ୍ଲାପାଳ କବୀନ୍ଦ୍ର ସାହୁ,ଏସପି କିଶୋର ଚନ୍ଦ୍ର ମୁଣ୍ଡ, ରାଉଲକେଲା ଆରସିସିଏଫ ରାମାସ୍ବାମୀ ପି,ଡିଏଫଓ ରଶ୍ମୀ ଜୀ ,ସାଂସଦଙ୍କ ପ୍ରତିନିଧି ସୁବାସ ଚନ୍ଦ୍ର ପାଣିଗ୍ରାହୀ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ବନ ସୁରକ୍ଷା ସମିତି ଓ ଏସଏଚଜି ଗ୍ରୁପକୁ ସମ୍ମାନିତ କରାଯାଇଥିଲା।ଏସିଏଫ ସ୍ୱାଧୀନତା ସାହାଣୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଏଏସିଏଫ ଅରୁଣ ବେହେରା ଧନ୍ୟବାଦ ଦେଇଥିଲେ। ଏହାପରେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ସମସ୍ତ ଅତିଥି ଚାରା‌ରୋପଣ କରିଥିଲେ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ