୮ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ’ସୁଭଦ୍ରା ଯୋଜନା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଆଗାମୀ ଫେବ୍ରୁଆରି ୮ ତାରିଖରେ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଣୁ ଯେଉଁମାନଙ୍କ ପାଖକୁ ବ୍ୟାଙ୍କରୁ ଫୋନ୍ ଯିବ, ସେମାନେ ୩ ଓ ୪ ତାରିଖରେ ବ୍ୟାଙ୍କକୁ ଯାଇ ନିଜର ଇକେୱାଇସି ଠିକ୍ କରିଦେଲେ ସେମାନଙ୍କୁ ବି ସୁଭଦ୍ରା ଟଙ୍କା ଦିଆଯିବ। ଯଦି ୩/୪ରେ ଏନପିସିଆଇ କ୍ଲିଅର୍ ହୋଇଯିବ, ତେବେ ’ସୁଭଦ୍ରା ଯୋଜନା’ରେ ୧ କୋଟି ହିତାଧିକାରୀ ହୋଇଯିବ। ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯେତେସଂଖ୍ୟକ ମହିଳାଙ୍କୁ ସମ୍ଭବ ଦିଆଯିବ। ଓଡ଼ିଶା ସରକାର ଟଙ୍କା ଦେବାରେ ହେଳା କରିବେ ନାହିଁ। ଏଯାଏ ୮୦ଲକ୍ଷ ମହିଳାଙ୍କ ବ୍ୟାଙ୍କ ଏକାଉଣ୍ଟକୁ ସୁଭଦ୍ରା ଟଙ୍କା ଯାଇସାରିଛି।
ସୂଚନାଯୋଗ୍ୟ, ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପାଇବା ପାଇଁ ଆବେଦନକାରୀମାନେ ଅପେକ୍ଷାରେ ଅଛନ୍ତି। ଅପେକ୍ଷାରତ ଅବେଦନକାରୀଙ୍କୁ କେବେ ଟଙ୍କା ମିଳିବ ସେନେଇ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହେବା ପରେ ହିତାଧିକାରୀମାନେ ଖୁସି। ଗତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଶୁଭାରମ୍ଭ ହୋଇଥିବା ଯୋଜନାରୁ ଅନେକ ମହିଳା ଉପକୃତ ହୋଇଛନ୍ତି। ଏଣେ ମାର୍ଚ୍ଚ ୮ ତାରିଖରେ ’ସୁଭଦ୍ରା ଯୋଜନା’ର ଦ୍ବିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା ମିଳିବ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଯାଜପୁରରେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦେବେ ସରକାର। ଏହା ପୂର୍ବରୁ ଏନପିସିଆଇ ସମସ୍ୟା ଥିବା ହିତାଧିକାରୀଙ୍କୁ ବ୍ୟାଙ୍କ ଯାଇ କ୍ଲିୟର କରନ୍ତୁ। ୩ ଏବଂ ୪ ତାରିଖରେ ବ୍ୟାଙ୍କ ଯାଇ ଏନପିସିଆଇ କ୍ଲିୟର କରନ୍ତୁ। ଏବେ ବି ଅଢେଇ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ ସମସ୍ୟା ଅଛି। ଏକ ଲକ୍ଷରୁ ଅଧିକ ମହିଳାଙ୍କ ଇ କେୱାଇସି ସମସ୍ୟା ରହିଛି। ୮ ତାରିଖ ପୂର୍ବରୁ ଏହାର ସମାଧାନ କଲେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରାରେ ସାମିଲ ହୋଇପାରିବେ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ