rain in odisha ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ ପୁଣି ଆରମ୍ଭ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା। ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ଆଜି ୧୭ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଉତ୍ତର, ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲାକୁ ସତର୍କ କରାଯାଇଛି। ସେହିପରି ଆସନ୍ତାକାଲି ୨୦ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।୯ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ବୁଧବାର ଉତ୍ତର ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଅନ୍ୟ ୧୧ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଜିଲାରେ ଅତିପ୍ରବଳ ବର୍ଷା ହୋଇପାରେ। ସେହିପରି ୧୧ ତାରିଖରେ ୧୭ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି ହୋଇଛି। ୧୨ ତାରିଖରେ ୫ ଜିଲାକୁ ୟେଲୋ ଆଲର୍ଟ ଦିଆଯାଇଛି।ବାରମ୍ବାର ବର୍ଷା ଓ ବଢ଼ିପାଣିରେ ପ୍ରଭାବିତ ହୋଇଥିବା ଅଞ୍ଚଳରେ ପୁଣି ବର୍ଷା ଆଶଙ୍କା ଚିନ୍ତା ବଢ଼ାଇଛି। ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାର ତଳିଆ ଅଞ୍ଚଳରେ ଏହାର ପ୍ରଭାବ ନେଇ ଲୋକଙ୍କ ମଧ୍ୟରେ ଛନକା ପଶିଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ