୯ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ୯ଟିରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହିତ ଅନୁମୋଦନ ହେବାକୁୁ ରହିଛି। ବୈଠକ ସଂକ୍ରାନ୍ତରେ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ମୁଖ୍ୟ ଶାସନ ସଚିବ ଗର୍ଗ ପ୍ରଦାନ କରିଥିବା ପତ୍ରରେ ଦର୍ଶାଇଛନ୍ତି, ୯ ତାରିଖ ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଏଥିରେ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଉପସ୍ଥିତ ରହିବାକୁ ଅନୁରୋଧ କରୁଛି। ତେବେ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଞ୍ଚାୟତିରାଜ, ପୂର୍ତ୍ତ, ଜଙ୍ଗଲ ଓ ପରିବେଶ, ଗ୍ରାମ୍ୟ ଉନ୍ନୟନ, ଜଳସମ୍ପଦ ଭଳି କେତେକ ବିଭାଗ ପକ୍ଷରୁ ପ୍ରସ୍ତାବମାନ ଆସିବାର ରହିଛି।

  • Related Posts

    ଯୁକ୍ତ୨ ନାମଲେଖା: ତୃତୀୟ ପର୍ଯ୍ୟାୟରେ ୧୦,୧୫୮ ଛାତ୍ରୀଛାତ୍ର ମନୋନୀତ

    ଭୁବନେଶ୍ୱର: ଯୁକ୍ତ୨ ନାମଲେଖାର ତୃତୀୟ ପର୍ଯ୍ୟାୟ ଚୟନ ପ୍ରକ୍ରିୟାରେ ୧୦,୧୫୮ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧୦,୫୦୨ଜଣ ଆବେଦନ କରିଥିଲେ। ଚୟନ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ କଳା ବିଭାଗରେ ସର୍ବାଧିକ ୬,୦୯୮ ଜଣ ଥିବାବେଳେ ବିଜ୍ଞାନରେ ୨,୩୮୪,…

    Continue reading
    ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଦାୟିତ୍ୱ

    ଭୁବନେଶ୍ୱର: ରାଜ୍ୟରେ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଗତିଶୀଳ ଏବଂ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଗୁରୁବାର ଏକ ବଡ଼ଧରଣର ଆଇଏଏସ୍ ସ୍ତରୀୟ ଅଦଳବଦଳ କରିଛନ୍ତି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ବରିଷ୍ଠ ଆଇଏଏସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି