ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮; ଆୟୋଜନ ପାଇଁ ପ୍ରସ୍ତୁତ ଓଡି଼ଶା, କାଉଣ୍ଟଡାଉନ ଆରମ୍ଭ

ଭୁବନେଶ୍ବର: ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆୟୋଜନ ହେବ ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮ । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ଓଡିଶା ପ୍ରସ୍ତୁତ ରହିଛି । ଅନ୍ତର୍ଜାତୀୟ ପ୍ରତିଯୋଗିତା ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପର ପତାକା ପ୍ରଦାନ କରିଛନ୍ତି ରାଜ୍ୟ କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଓଡିଶାର ଆଶା, ଆକାଂକ୍ଷା ଓ ଗୌରବର ପ୍ରତୀକ । ଏକ ସଫଳ, ଆକର୍ଷଣୀୟ ଆୟୋଜନ ପାଇଁ ଓଡିଶା ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।କଳିଙ୍ଗ ଷ୍ଟାଡିୟମରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଶ୍ବ ଆଥଲେଟିକ୍ସ ଚମ୍ପିଅନସିପର ପତାକା ପ୍ରଦାନ କରିଛନ୍ତି । ଏଥିସହିତ ଓଡିଶା ୨୦୨୮ରେ ଏହି ଗୌରବଜନକ ଚମ୍ପିଅନସିପ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି । ପତାକାକୁ ଗ୍ରହଣକରି ମୁଖ୍ୟମନ୍ତ୍ରୀ କହିଛନ୍ତି, “ବିଶ୍ବ ଆଥଲେଟିକ୍ସ ଚମ୍ପିଅନସିପ, ଏହା କେବଳ ଏକ ଇଭେଣ୍ଟ ନୁହେଁ । ଏହା ଓଡିଶାର କ୍ରୀଡା ପାଇଁ ଏକ ଐତିହାସିକ ମୁହୂର୍ତ୍ତ । ୨୦୨୮ ପାଇଁ କାଉଣ୍ଟଡାଉନ ଆରମ୍ଭ । ଏହା ସହିତ ଏହି ପତାକା ଆମ ଆଶା, ଆକାଂକ୍ଷା ଓ ଗୌରବମୟ ଯାତ୍ରାର ପ୍ରତୀକ । ଏହା ହେଉଛି ସାରା ବିଶ୍ବକୁ ଓଡିଶାର ପ୍ରତିଶୃତି । ଏକ ସଫଳ, ଆକର୍ଷଣୀୟ ଆୟୋଜନ ପାଇଁ ଓଡିଶା ପ୍ରସ୍ତୁତ ।”
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ବିଶ୍ୱ ଆଥଲେଟିକ୍ସ ଇଣ୍ଡୋର ଚାମ୍ପିଅନସିପ୍ 2028 ଆୟୋଜନ କରିବା ପାଇଁ ଆମେ ନିକଟତର ହେଉଥିବାରୁ ଓଡ଼ିଶା ପାଇଁ ଏକ ଗର୍ବର ଏବଂ ଐତିହାସିକ ମୁହୂର୍ତ୍ତ । ଆଜି, କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଠାରୁ କଳିଙ୍ଗ ଷ୍ଟାଡିୟମରେ ବିଶ୍ୱ ଆଥଲେଟିକ୍ସ ପତାକା ଗ୍ରହଣ କରିଛି । ଏହି ପତାକା ସର୍ବୋଚ୍ଚ ମାନର ଏକ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟ ଆୟୋଜନ କରିବା ପାଇଁ ଆମର ପ୍ରତିବଦ୍ଧତା, ଗର୍ବ ଏବଂ ପ୍ରସ୍ତୁତିକୁ ପ୍ରତିଫଳିତ କରେ । ଆମେ 2028 ଆଡକୁ ଅଗ୍ରସର ହେଉଥିବା ବେଳେ, ଓଡ଼ିଶା ବିଶ୍ୱକୁ ସ୍ୱାଗତ କରିବା ଏବଂ ଏକ ସଫଳ ଚାମ୍ପିଅନସିପ୍ ପ୍ରଦାନ କରିବା ପାଇଁ ପ୍ରସ୍ତୁତ ଅଛି । ଏହା ଆମ ରାଜ୍ୟ ଏବଂ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ ।”
ୱାର୍ଲ୍ଡ ଆଥଲେଟିକ୍ସ ଚମ୍ପିଅନସିପ ବିଶ୍ବସ୍ତରୀୟ ଟ୍ରାକ ଆଣ୍ଡ ଫିଲ୍ଡର ଏକ ପ୍ରତିଷ୍ଠିତ କାର୍ଯ୍ୟକ୍ରମ । ଏଥିରେ ବିଶ୍ବର ଶ୍ରେଷ୍ଠ ଖେଳାଳୀମାନେ ପ୍ରତିଯୋଗିତା କରି ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଉଦ୍ୟମ କରିଥାନ୍ତି । ଆଥଲେଟିକ୍ସ ଫେଡେରେସନ ଅଫ ଇଣ୍ଡିଆର ରବୀନ୍ଦ୍ର ଚୌଧୁରୀ ଏବଂ ଓଡିଶାର କ୍ରୀଡା ସଚିବ ଭୂପେନ୍ଦ୍ର ସିଂ ପୁନିଆ ପୋଲାଣ୍ଡରେ ଏହି ଚମ୍ପିଅନସିପ୍‌ର ଫ୍ଲାଗ ଗ୍ରହଣ କରିଥିଲେ । ଏହା ଦ୍ବାରା ଭାରତ ଓ ଓଡିଶାକୁ ଏହି ଚମ୍ପିଅନସିପ ଆୟୋଜନ କରିବାର ଦାୟିତ୍ବ ବିଧିବଦ୍ଧ ଭାରେ ପ୍ରଦାନ କରାଯାଇଛି । ପୋଲାଣ୍ଡରେ ୱାର୍ଲ୍ଡ ଆଥଲେଟିକ୍ସର ପ୍ରେସିଡେଣ୍ଟ ସେବାଷ୍ଟିଆନ କୋ ଭାରତର ଓଡିଶାରେ ଏହି ଚମ୍ପିଅନସିପ ହେବ ବୋଲି ଘୋଷଣା କରିଛନ୍ତି । ଏହା ଦ୍ବାରା ବିଶ୍ବ କ୍ରୀଡା ପଟଳରେ ଓଡିଶା ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିପାରିଛି ।

  • Related Posts

    ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ

    ଗ୍ଲାସ୍‌ଗୋ : ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ। ରବିବାର ମହିଳା ୪୮ କିଗ୍ରା ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ଥାନରେ ରହି ମୀରାବାଈ ସ୍ବର୍ଣ୍ଣପଦକ ଜିତି ପାରିଛନ୍ତି। ମଣିପୁରର ୩୨ ବର୍ଷ ବୟସ୍କା ମୀରାବାଈ ମୋଟ…

    Continue reading
    ଲର୍ଡସରେ ଭାରତକୁ ହରାଇ ଇଂଲଣ୍ଡ ଜିତିଲା ଦିନିକିଆ ସିରିଜ୍

    ଲର୍ଡସ: ଲର୍ଡସର ଐତିହାସିକ ମଇଦାନରେ ରବିବାର ଏଭଳି ଏକ ମ୍ୟାଚ୍ ଦେଖିବାକୁ ମିଳିଥିଲା, ଯେଉଁଥିରେ ରନ୍ ର ବର୍ଷା ହୋଇଥିଲା, ନୂତନ ରେକର୍ଡ ସୃଷ୍ଟି ହୋଇଥିଲା ଏବଂ ଶେଷରେ ଇଂଲଣ୍ଡ ବିଜୟୀ ହୋଇଥିଲା। ରୋହିତ ଶର୍ମାଙ୍କ ଚମତ୍କାର ୧୩୮ ରନ୍, ବିରାଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ