ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳରେ ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ମାମଲାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବାସଭବନକୁ ମହିଳା କଂଗ୍ରେସ ଘେରିଛି। ରାଜ୍ୟ ମହିଳା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ବରେ କର୍ମୀମାନେ ଶ୍ରୀମତୀ ପରିଡ଼ାଙ୍କ ବାସଭବନ ଉପରକୁ ଟମାଟୋ ମାଡ଼ କରିଛନ୍ତି। ଜବାବରେ କଂଗ୍ରେସର କିଛି ମହିଳା କର୍ମୀଙ୍କୁ ପୁଲିସ ଉଠାଇ ନେଇଛି।
ବଳଙ୍ଗା ଅଞ୍ଚଳରେ କିଛି ଦୁର୍ବୁତ୍ତ ଏକ ପନ୍ଦର ବର୍ଷୀୟା ଝିଅକୁ ରାସ୍ତାରେ ନିଆଁ ଲଗାଇଦେବା ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆ ‘ଏକ୍ସ’ରେ କହିଥିଲେ। ଝିଅକୁ ଭୁବନେଶ୍ୱର ଏମ୍ସକୁ ତୁରନ୍ତ ସ୍ଥାନାନ୍ତରିତ କରାଯାଇଛି ଓ ତାହାର ଚିକିତ୍ସା ର ସମସ୍ତ ବ୍ୟବସ୍ଥା କରାଯାଉଛି। ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ବୋଲି କହିଥିଲେ। ଏଥି ସହିତ ସେ କହିଥିଲେ ଯେ, ତୁରନ୍ତ ଦୋଷୀକୁ ଗିରଫ କରିବା ଓ ଦୃଢ଼ କାର୍ୟ୍ୟାନୁଷ୍ଠାନ ପାଇଁ ପୁଲିସ ପ୍ରଶାସନକୁ ନିର୍ଦେଶ ଦିଆଯାଇଛି।
ଦେହରେ ନିଆଁ ଲାଗି ଏମ୍ସରେ ଭର୍ତ୍ତି ହୋଇଥିବା ନାବାଳିକାଙ୍କ ଚିକିତ୍ସାରେ ୧୪ ଜଣିଆ ଡାକ୍ତରୀ ଟିମ୍‌ ନିୟୋଜିତ ଅଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କୁ ସ୍ବତନ୍ତ୍ର ଚିକିତ୍ସା ଦିଆଯାଉଛି।

ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଆଜି ପୂର୍ବାହ୍‌ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି।

  • Garvita Odia

    Related Posts

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ଭୁବନେଶ୍ୱର: ଉଦ୍ଭାବନ ଓ ଉଦ୍ୟୋଗୀକରଣ ବର୍ତମାନ ସାରା ବିଶ୍ୱର ଅର୍ଥନୈତିକ ସମୃଦ୍ଧି ଓ ସାମାଜିକ ବିକାଶର ମୂଳମନ୍ତ୍ର ପାଲଟିଛି ବୋଲି ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏକ ୫- ଦିନିଆ ଫ୍ୟାକଲ୍ଟି ଡେଭଲପମେଂଟ ପ୍ରୋଗ୍ରାମ (ଏଫ୍ଡିପି)ରେ…

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    କଟକ,: ଅନୁଗୁଳରେ ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା ମାମଲାରେ ଫାଶୀ ଦଣ୍ଡ ପାଇଥିବା ୨ ଅଭିଯୁକ୍ତଙ୍କୁ ହାଇକୋର୍ଟ ଆଜି ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଅଭିଯୁକ୍ତ ହେଲେ ପ୍ରକାଶ ବେହେରା ଏବଂ ନନ୍ଦ କିଶୋର ସେଠୀ । ଆବଶ୍ୟକ ପ୍ରମାଣ…

    Leave a Reply

    Your email address will not be published. Required fields are marked *

    You Missed

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଦାଦା, ଖୁଡି, ଭଉଣୀକୁ ହାଣିଲା ପୁତୁରା, ୨ ମୃତ

    ଦାଦା, ଖୁଡି, ଭଉଣୀକୁ  ହାଣିଲା ପୁତୁରା, ୨ ମୃତ

    ଆଉ ନାହାନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଆଉ ନାହାନ୍ତି  କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ