ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

ଭୁବନେଶ୍ବର: ଏଣିକି ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହିଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ ନଥିଲେ ମିଳିବ ଫଳ । DEOଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ପିଏମ୍‌ ପୋଷଣ ଷ୍ଟେଟ୍‌ ନୋଡାଲ ଅଫିସର ।ରାଜ୍ୟରେ କୁପୋଷଣ ଦୂରେଇବା ସହ ପିଲାଙ୍କୁ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଆରମ୍ଭ ହୋଇଥିବା ମଧ୍ୟାହ୍ନ ଭୋଜନରେ ରହିଛି ବିଭିନ୍ନ ଖାଦ୍ୟ ସାରଣୀ । ରାଜ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ପିଲାମାନଙ୍କୁ ଅଣ୍ଡା ଯୋଗାଇ ଦେଉଛନ୍ତି ସରକାର । ହେଲେ ଅନେକ ପିଲା ଅଣ୍ଡା ଖାଉ ନଥିବା ନଜରକୁ ଆସୁଛି । ତେଣୁ ସରକାର ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି । ସପ୍ତାହକୁ ୩ ଥର ସୋମବାର, ବୁଧବାର, ଶୁକ୍ରବାର ଏହି ୩ ଦିନ ପିଲାଙ୍କୁ ଫଳ ଦିଆଯିବ ।

  • Related Posts

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ…

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ରାଉରକେଲା: ଆଇିଇଡ଼ି ବିସ୍ଫୋରଣରେ ରେଳୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ସହୟତା ଘୋଷଣା ହୋଇଛି । ସିଏମ୍‌ଆରଏଫ୍‌ରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାରକୁ ଆର୍ଥିକ ସହାୟତା…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ