ଏଫଏମ କଲେଜର ଅଧ୍ୟକ୍ଷ ଓ ବିଭାଗୀୟ ମୁଖ୍ୟ ନିଲମ୍ବିତ

ବାଲେଶ୍ବର:ବାଲେଶ୍ବର ଜିଲ୍ଲା ଫକୀର ମୋହନ ମହାବିଦ୍ୟାଳୟର ଜଣେ ପିଏଚ୍‌ଡି ଦ୍ବିତୀୟ ବର୍ଷର ଛାତ୍ରୀ ଦେହରେ ନିଆଁ ଲଗାଇବା ମାମଲାରେ ରାଜ୍ୟ ସରକାର କାର୍ୟ୍ୟାନୁଷ୍ଠାନ ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ କଲେଜର ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଓ ବିଭାଗୀୟ ମୁଖ୍ୟ ମନୋଜ ସାହୁଙ୍କୁ ନିଲମ୍ବନ କରିଛନ୍ତି। ଏହାରି ମଧ୍ୟରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ପୁଲିସ ଗିରଫ କରିଛି।

ସୂଚନାଯୋଗ୍ୟ, ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରୁଥିବା ନେଇ ପିଏଚ୍‌ଡି ଦ୍ବିତୀୟ ବର୍ଷର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କୁ ଅଭିଯୋଗ କରିଥିଲେ। କିନ୍ତୁ କଲେଜ କର୍ତ୍ତୃପକ୍ଷ ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ ଶୀଘ୍ର ନେଇ ନଥିବାରୁ ଅଶାନ୍ତିରେ ଦିନ କାଟୁଥିଲେ। ଏହି ମାମଲାର କୌଣସି ଦୃଷ୍ଟାନ୍ତମୂଳକ ସମାଧାନ ପାଇଁ ମଧ୍ୟ ଉଦ୍ୟମ କରାଯାଇନଥିଲା। ଏହି କାରଣରୁ ଛାତ୍ରୀ ଜଣକ ମାନସିକ ଚାପରେ ଥିଲେ। ଶେଷରେ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଆଜି ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ।
ଦେହରେ ନିଆଁ ଲାଗିବା ପରେ ଛାତ୍ରୀଜଣକ ଗୁରୁତର ଅବସ୍ଥାରେ ଛଟପଟ ହେଉଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ପ୍ରାଥମିକ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି। ଛାତ୍ରୀ ୧୨ ଦିନ ହେଲା ମାନସିକ ଚାପରେ ଥିଲେ।
କଲେଜ ଅଧ୍ୟାପକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ସେ କଲେଜ ଅଧ୍ୟକ୍ଷକଙ୍କ ପାଖରେ ଅଭିଯୋଗ କରିଥିଲେ। ଅଭିଯୋଗର ତଦନ୍ତ ପାଇଁ କଲେଜ କର୍ତ୍ତୃପକ୍ଷ ଏକ ଇଣ୍ଟରନାଲ କମିଟି ଗଠନ କରିଥିଲେ। ଅନ୍ୟପଟେ ଛାତ୍ରୀ ଜଣକ ଅଧ୍ୟାପକ ଅସଦାଚରଣ କରୁଥିବା ନେଇ ଥାନାର ମଧ୍ୟ ଦ୍ୱାରସ୍ଥ ହୋଇଥିଲେ। ପୁଲିସ ଛାତ୍ରୀଙ୍କ ବୟାନ ମଧ୍ୟ ରେକର୍ଡ କରିଥିଲା । ଆଜି କଲେଜ ଅଧ୍ୟକ୍ଷ ପୀଡିତା ଛାତ୍ରୀଙ୍କୁ କଥା ହେବା ପାଇଁ ଡାକିଥିଲେ। ପ୍ରିନ୍ସିପାଲଙ୍କ ପ୍ରକୋଷ୍ଠରୁ ବାହାରିବା ପରେ ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ହୋଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନେବା ବଦଳରେ ଘଟଣାକୁ ଚାପି ଦେବାକୁ ଉଦ୍ୟମ ହେଉଥିବା ଅନୁଭବ କରିବା ପରେ ପୀଡିତା ଚରମ ପଦକ୍ଷେପ ନେଇଛନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି।

  • Garvita Odia

    Related Posts

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନସେସ୍ (ଆଇଏଏସ୍)ରେ ବୁଧବାର ଚତୁର୍ଦ୍ଧଶ ସ୍ୱାମୀନାଥନ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ବକ୍ତୃତାମାଳାରେ ଉତରବଙ୍ଗ କୃଷି ବିଶ୍ୱବିଦ୍ୟାଳୟର ପ୍ରଫେସର ତଥା କୃଷି ସମ୍ପ୍ରସାରଣ ବିଜ୍ଞାନୀ ଭାବେ…

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଓଡ଼ିଶାରେ ଶ୍ୱେତ ବିପ୍ଲବର କର୍ଣ୍ଣଧାର ହେଉଛି ଓମ୍‌ଫେଡ୍‍। ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ସ୍ୱାବଲମ୍ବୀ କରିବା ସହିତ ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି। ଆଗାମୀ ଦିନରେ ରାଜ୍ୟ ସରକାର ଦୁଗ୍ଧ ଉତ୍ପାଦନ ବୃଦ୍ଧି ନେଇ କାମଧେନୁ…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ  କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼