ଓଟିଇଟି ପ୍ରଶ୍ନପତ୍ର ଲିକ୍‌: ଆଉ ଜଣେ ଗିରଫ

ଭୁବନେଶ୍ବର: ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କ୍ରାଇମବ୍ରାଞ୍ଚ ଆଉ ଜଣଙ୍କୁ ଗିରଫ କରିଛି। କଳାହାଣ୍ଡି ଜନୈକ ପୂର୍ବତନ ଶିକ୍ଷକଙ୍କୁ ଗିରଫ କରାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଏବେ ଗିରଫଦାରୀ ସଂଖ୍ୟା ୭ରେ ପହଞ୍ଚିଛି। ଏବେ ବି ଏହି ମାମଲାରେ ଅନେକ କାର୍ପଟଦାରଙ୍କୁ ଖୋଜୁଛି କ୍ରାଇମବ୍ରାଞ୍ଚ।ପୂର୍ବରୁ ଜିତନ ମହାରଣା ସମେତ ୬ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିବା ବେଳେ ବୋର୍ଡ ଉପସଭାପତି ଶ୍ରୀ ମହାନ୍ତିଙ୍କୁ କ୍ରାଇମ୍‌ବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍ ଚାରି ଥର ଜେରା କରିସାରିଲାଣି। କ୍ରାଇମ୍‌ବ୍ରାଞ୍ଚ ଏହି ମାମଲାରେ ଗତକାଲି ପୁଣି ତିନି ଜଣଙ୍କୁ ଉଠାଇ ଆଣିଥିଲା। କୋରାପୁଟ ଜିଲ୍ଲା ଜୟପୁରର ଶିବା ଜେରକ୍ସ ମାଲିକ, କୋରାପୁଟ ଜିଲ୍ଲାର ଜଣେ ଶିକ୍ଷକ ଏବଂ କଳାହାଣ୍ଡିର ଆଉ ଜଣେ ଶିକ୍ଷକଙ୍କୁ ଉଠାଇଥିଲା। ଏହି ଜେରକ୍ସ ଦୋକାନରେ ପ୍ରଶ୍ନପତ୍ର ପ୍ରିଣ୍ଟ ହୋଇଥିବା ବେଳେ ଅନ୍ୟ ଦୁଇ ଶିକ୍ଷକ ପ୍ରଶ୍ନପତ୍ର କିଣିଥିଲେ।

ବୋର୍ଡର ରେଗୁଲେସନ୍‌ ଚାପ୍ଟର-୧୧ ଉପଧାରା ୧୫ ଅନୁସାରେ ପ୍ରଶ୍ନପତ୍ର ପ୍ରସ୍ତୁତି, ଗୋପନୀୟ ମୁଦ୍ରଣ ଓ ପ୍ରଶ୍ନ ବିତରଣ ବୋର୍ଡ ସଂପାଦକଙ୍କ ଦାୟିତ୍ବ। କିନ୍ତୁ ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି କିପରି ପ୍ରଶ୍ନପତ୍ର ପ୍ରସ୍ତୁତିରେ ସଂପୃକ୍ତ ହେଲେ ଓ ତାଙ୍କ ବ୍ୟକ୍ତିଗତ ଲାପ୍‌ଟପ୍‌କୁ ପ୍ରଶ୍ନର ସଫଟ୍ କପି କାହିଁକି ଆସିଲା, ତାହାକୁ ନେଇ ପ୍ରଶ୍ନ ଉଠୁଛି। ୩ ବର୍ଷ ତଳେ ହୋଇଥିବା ପ୍ରଶ୍ନପତ୍ର ଲିକ୍‌ ଘଟଣା ପରେ ସଂପାଦକଙ୍କଠାରୁ ଏ ଦାୟିତ୍ବ କାଢ଼ି ଆଣି ଉପସଭାପତିଙ୍କୁ ଦିଆଯାଇଥିଲା। କିନ୍ତୁ ବୋର୍ଡର ଡିଏଲ୍‌ଆର୍‌ କର୍ମଚାରୀ ଜିତନ ମହାରଣାଙ୍କୁ ଉପସଭାପତି ଡକ୍ଟର ମହାନ୍ତି ବୋର୍ଡର ଗୋପନୀୟ କାର୍ୟ୍ୟରେ ନିୟୋଜିତ କରିବା ବି ବଡ଼ କେଳେଙ୍କାରୀର ପ୍ରମାଣ ଦେଉଛି।

  • Related Posts

    ବ୍ରହ୍ମପୁରରେ ଏନକାଉଣ୍ଟର

    ବ୍ରହ୍ମପୁର : ବ୍ରହ୍ମପୁର କବିସୂର୍ୟ୍ୟନଗରର ପୁଲିସର ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ ହୋଇ ଏମକେସିଜିରେ ଭର୍ତ୍ତି ହୋଇଛି। ସୂଚନା ଅନୁସାରେ ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୁଲିସ ଏନକାଉଣ୍ଟର କରିଥିଲା। ସୁନୀଲ ନାହକ ପୁଲିସ ଉପରକୁ ଆକ୍ରମଣ କରିବାରୁ ପୁଲିସ…

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    Leave a Reply

    Your email address will not be published. Required fields are marked *

    You Missed

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ