ଗନ୍‌ମ୍ୟାନ୍‌ ସୁରକ୍ଷା ଦରକାର-ସୁଲୋଚନା

ଭୁବନେଶ୍ୱର: ବିଏମସି ଅଫିସ୍‍ ଭିତରେ ପଶି ଅତିରିକ୍ତ ଆୟୁକ୍ତଙ୍କୁ ମାଡ ମାରିବା ଘଟଣାରେ ଚାରି ଆଡୁ ପ୍ରତିବାଦ ହେବା ସହ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି । ବିଏମସି ଅଫିସରେ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମେୟର ସୁଲୋଚନା ଦାସ । ସେ କହିଛନ୍ତି ଅଫିସରଙ୍କୁ ମାଡ ମରାଯିବା ସମୟରେ ଛିଡା ହୋଇ ରହୁଥିବା ସୁରକ୍ଷାକର୍ମୀ ଦରକାର ନାହିଁ, ଗନମ୍ୟାନ ଦରକାର । ଯଦି ସେମାନେ କର୍ମଚାରୀଙ୍କୁ ସୁରକ୍ଷା ଦେଇପାରୁ ନାହାଁନ୍ତି ତେବେ କାହିଁକି ରହିବେ । ସେହିପରି ଅଫିସରେ ସିସିଟିଭ ଅଚଳ ନେଇ ସ୍ମାର୍ଟ ସିଟି ସଂସ୍ଥାକୁ ଟାର୍ଗେଟ କରିଛନ୍ତି ସୁଲୋଚନା । ସିସିଟିଭି ଅଚଳ ନେଇ ସ୍ମାର୍ଟ ସିଟି କର୍ତ୍ତୃପକ୍ଷ କାହିଁକି ଜଣାଇନଥିଲେ । ଆମେ ସ୍ମାର୍ଟସିଟି ହାତରୁ ଦାୟିତ୍ୱ କାଢି ବିଏମସିକୁ ଦେବାକୁ ଚାହୁଁଛୁ ବୋଲି କହିଛନ୍ତି ।

  • Related Posts

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ: ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଓ ତିନି ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ କଟକ ସ୍ଥିତ ଡିଜି ଅଫିସ ସମ୍ମୁଖରେ ପ୍ରତିବାଦ କରାଯାଇଛି। ରାଜ୍ୟ ସଭାପତି ଭକ୍ତ ଦାସଙ୍କ ନେତୃତ୍ଵରେ ଏହି ପ୍ରତିବାଦ ସଭା କରାଯାଇଛି। ଏଥିରେ…

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି ବୋଲି ପୂର୍ବତନ ସାଂସଦ ମହେଶ ସାହୁ କହିଛନ୍ତି। ସେ କହିଛନ୍ତି, ଦଳ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ କଦାପି ସମର୍ଥନ କରିବ ନାହିଁ। ଏନଡିଏଯାହାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ କରିବ,…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    State-level workshop on Mental Health held in Bhubaneswar