ଗୋଟିଏ ପୋର୍ଟାଲରେ ରହିବ ଆଇସିସି ତଥ୍ୟ

ଭୁବନେଶ୍ବର: ଉଚ୍ଚଶିକ୍ଷା ବିଭାଗ ଅଧୀନ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି) ତଥ୍ୟ ଗୋଟିଏ ପୋର୍ଟାଲରେ ରହିବ। ଏନେଇ ସମସ୍ତ ମହାବିଦ୍ୟାଳୟକୁ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନ ଆଞ୍ଚଳିକ ଶିକ୍ଷା ନିର୍ଦେଶକ ଏ ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ବିଭାଗର ଯୁଗ୍ମ ସଚିବ ମୌସୁମୀ ନାୟକଙ୍କ ଏନେଇ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ‘ସି-ବକ୍ସ’ ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଏହି ପୋର୍ଟାଲରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି)/ଲୋକାଲ କମିଟି, କାର୍ୟ୍ୟସ୍ଥଳୀରେ ମହିଳା ନିର୍ୟାତନା ଅଭିଯୋଗଗୁଡ଼ିକ ଗ୍ରହଣ ସହ ତା’ର ସମାଧାନ ଉପଲବ୍ଧ ରହିବ। ସମସ୍ତ ବିଭାଗସ୍ତରୀୟ/ଅଫିସ୍‌ସ୍ତରୀୟ ଆଇସିସି ଏହି ପୋର୍ଟାଲରେ ଉପଲବ୍ଧ ହେବ। ବିଭାଗ ଅଧୀନ ସରକାରୀ, ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟଗୁଡ଼ିକ ଆଇସିସିର ସମ୍ପୂର୍ଣ୍ଣ ତଥ୍ୟ ‘ସି-ବକ୍ସ’ ପୋର୍ଟାଲରେ ଅଗଷ୍ଟ ପହିଲା ସୁଦ୍ଧା ଦାଖଲ କରିବେ। ତଥ୍ୟ ଦାଖଲ ସହ ଲଗ୍‌ଇନ୍‌ ସମ୍ବନ୍ଧରେ ବିଭାଗ ପକ୍ଷରୁ ମହାବିଦ୍ୟାଳୟକୁ ଅବଗତ କରାଯାଇଛି।

  • Related Posts

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ଭୁବନେଶ୍ୱର: ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହାର ମାମଲାର ଶୁଣାଣି ଆଜି ଟ୍ରିବୁ୍ୟନାଲରେ ହେବାକୁ ଥିବାବେଳେ ତାହା ଏବେ ଆସନ୍ତା ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଛି । ଉଭୟ…

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏଣିକି ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକଭାବେ ନିଯୁକ୍ତି ପ୍ରଦାନ କରାଯିବ । ତେବେ ଶହେ କି ଦୁଇ ଶହ ନୁହେଁ ରାଜ୍ୟରେ ଅବସର…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’