ଜନତା ମୈଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁନ୍ ୨୦ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସୁଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।

ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସଭାସ୍ଥଳ ବୁଲି ଦେଖିବାସହ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯେପରି କୌଣସି ତ୍ରୁଟି ନରହିବ ସେଥିପ୍ରତି ସଜାଗ ରହିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଗୁରୁବାର ବିଳମ୍ୱିତ ସନ୍ଧ୍ୟା ସୁଦ୍ଧା ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହ ପ୍ରଭାରୀ ଲତା ଉଷେଣ୍ଡି ପ୍ରସ୍ତୁତି କାର୍ଯ୍ୟ ବୁଲି ଦେଖିଥିଲେ ।

ମୁଖ୍ୟ ଶାସନସଚିବ ମନୋଜ ଆହୁଜା ଏବଂ ଅତିରିକ୍ତ ମୁଖ୍ୟଶାସନ ସଚିବ ଶିଳ୍ପ ବିଭାଗ ହେମନ୍ତ ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି କାର୍ଯ୍ୟର ସବିଶେଷ ସୂଚନା ପ୍ରଦାନ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଉନ୍ନୟନ କମିସନର ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ୍ ମହା ନିର୍ଦ୍ଦେଶକ ୱାଇ ବି ଖୁରାନିଆ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ ।

  • Garvita Odia

    Related Posts

    ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ଜାଣନ୍ତୁ

    ଭୁବନେଶ୍ୱର: ବିଜେପି ସରକାରର ବର୍ଷ ପୂର୍ତ୍ତିରେ ବିଶାଳ ସମାବେଶ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ରାଜଧାନୀ ଚଳଚଞ୍ଚଳ । ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନତା ମଇଦାନରେ ଆୟୋଜିତ ମେଗା…

    ଆଜି ମୋହନ ସରକାରଙ୍କ ବର୍ଷପୂର୍ତ୍ତି ସମାରୋହ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ କେନ୍ଦ୍ର ସରକାରକୁ ୧୧ବର୍ଷ ପୂରିଥିବା ବେଳେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକବର୍ଷ ପୂରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଜନତା ମଇଦାନରେ ବର୍ଷପୂର୍ତ୍ତି କାର୍ୟ୍ୟକ୍ରମ ଆୟୋଜନ କରିଛନ୍ତି। ଏଥିରେ ମୁଖ୍ୟ…

    Leave a Reply

    Your email address will not be published. Required fields are marked *

    You Missed

    ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ଜାଣନ୍ତୁ

    ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ଜାଣନ୍ତୁ

    ଆଜିଠୁ ରାଜ୍ୟରେ ଖୋଲିଲା ସ୍କୁଲ

    ଆଜିଠୁ ରାଜ୍ୟରେ ଖୋଲିଲା ସ୍କୁଲ

    ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର

    ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର

    ୨୭ରେ ଲଘୁଚାପ ସୃଷ୍ଟିର ସମ୍ଭାବନା

    ୨୭ରେ ଲଘୁଚାପ ସୃଷ୍ଟିର ସମ୍ଭାବନା

    ନିଆରା ଢ଼ଙ୍ଗରେ ରାହୁଲ ଗାନ୍ଧୀଙ୍କ ଜନ୍ମ ଦିବସ ପାଳନ କଲା ଛାତ୍ର କଂଗ୍ରେସ

    ନିଆରା ଢ଼ଙ୍ଗରେ ରାହୁଲ ଗାନ୍ଧୀଙ୍କ ଜନ୍ମ ଦିବସ ପାଳନ କଲା ଛାତ୍ର କଂଗ୍ରେସ

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କଂଗ୍ରେସର ଧାରଣା

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କଂଗ୍ରେସର ଧାରଣା