ଡାକ୍ତରଙ୍କ ହଷ୍ଟେଲ କ୍ୟାଣ୍ଟିନ ଭିତରେ ପଶି ଗଲା ବିମାନ

ଅହମ୍ମଦାବାଦ : ଅହମ୍ମଦାବାଦରେ ଗୁରୁବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏୟାରପୋର୍ଟ ନିକଟରେ ଏୟାର ଇଣ୍ଡିଆର ବିମାନ କ୍ରାସ୍‌ ହୋଇଛି। ଲଣ୍ଡନ ପାଇଁ ଉଡ଼ାଣ ଭରିବାର କିଛି ମିନିଟ୍‌ ଭିତରେ ବିମାନ ଏକ ୫ ମହଲା କୋଠାରେ ଖସି ପଡ଼ିଛି। ଜଣାପଡ଼ିଛି ଯେ, ଏହା ଇଣ୍ଟର୍ଣ୍ଣ ଡାକ୍ତରଙ୍କ ହଷ୍ଟେଲ ଥିଲା। ଏଥିରେ ୫୦-୬୦ ଇଣ୍ଟର୍ଣ୍ଣ ଡାକ୍ତର ରହୁଥିଲେ।

କ୍ରାଶ ହେବା ପରେ ଭୟଙ୍କର ବିସ୍ଫୋରଣ ସହ ବିମାନରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ବିମାନରେ ଥିବା ସମସ୍ତ ୨୪୨ ଜଣଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ବିମାନରେ ୨୩୦ ଜଣ ଯାତ୍ରୀ, ୨ ଜଣ ପାଇଲଟ ଓ ୧୦ ଜଣ କ୍ରୁ ସଦସ୍ୟ ରହିଥିଲେ।ଡିଜିସିଏ ପକ୍ଷରୁ କୁହାଯାଇଛି ଯେ ଏୟାର ଇଣ୍ଡିଆର ବିମାନ ଏଆଇ-୧୭୧ ଅହମଦାବାଦରୁ ଲଣ୍ଡନ ଅଭିମୁଖେ ଉଡ଼ାଣ ଭରିବାର ମାତ୍ର କିଛି ସେକେଣ୍ଡ ମଧ୍ୟରେ କ୍ରାଶ କରି ଯାଇଛି। ଏହା ଆଜି ସକାଳେ ଦିଲ୍ଲୀରୁ ଅହମଦାବାଦ ଆସିଥିଲା।

ବୋଇଂ ୭୮୭ ଏୟାରକ୍ରାଫ୍ଟ ଟେଲ ନମ୍ବର ଭିଟି ଏଏନବି ୨୮ ନମ୍ବର ରନ ୱେରୁ ମଧ୍ୟାହ୍ନ ୧.୩୯ ମିନିଟରେ ଉଡ଼ାଣ ଭରିଥିଲା। ଉଡ଼ାଣ ଭରିବା କ୍ଷଣି ପାଇଲଟ ତୁରନ୍ତ ମେ’ ଡେ କଲ୍‌ ବା ଜରୁରିକାଳୀନ କଲ ଜରିଆରେ ଏୟାର ଟ୍ରାଫିକ କଣ୍ଟ୍ରୋଲ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ। ବିମାନକୁ ବଡ଼ ବିପଦ ଥିବା ସେ ଅନୁଭବ କରି ସହାୟତା ମାଗିଥିଲେ।

  • Garvita Odia

    Related Posts

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୨୭ ଜନଗଣନା ପାଇଁ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାର ଅର୍ଥ ଦେଶରେ ଜନଗଣନା ପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୧୧ ପରେ ପ୍ରଥମଥର ପାଇଁ ଦେଶରେ ଜନଗଣନା ହେବ।…

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ନୂଆଦିଲ୍ଲୀ: ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବା ପରେ ଜର୍ମାନୀରୁ ହାଇଦ୍ରାବାଦ ଅଭିମୁଖେ ଆସୁଥିବା ବିମାନ ଅବତରଣ କରିବା ବଦଳରେ ଫେରିଯାଇଛି । ବିମାନକୁ ବୋମା ଧମକ ମିଳିବା ପରେ ଭାରତୀୟ ବାୟୁସେନାରେ ପ୍ରବେଶ କରିନଥିଲା । ମଝି ଆକାଶରୁ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !