ଡିଜିଟାଲ୍ ପରିବର୍ତନ ଏବଂ ନୂତନ ଉଦ୍ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଜାତୀୟ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପୁ୍ୟଟର ଷ୍ଟଡିଜି୍ (ଆଇବିସିଏସ) ପକ୍ଷରୁ ନିକଟରେ ‘ଡିଜିଟାଲ୍ ପରିବର୍ତନ ଏବଂ ନୂତନ ଉଦ୍ଭାବନ’ ସମ୍ପର୍କିତ ଏକ ଦିବସୀୟ ଜାତୀୟ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି ସମ୍ମିଳନୀରେ ବିଭିନ୍ନ କ୍ଷେତ୍ରର ଉପୁଜୁଥିବା ସମସ୍ୟାର ମୁକାବିଲା କରିବା ନିମନ୍ତେ ଡିଜିଟାଲ୍ ପରିବର୍ତନ ଏବଂ ନୂତନ ଉଦ୍ଭାବନ ଉପରେ ବକ୍ତାମାନେ ଗୁରୁତ୍ୱାରୋପ କରିଥିଲେ ।
ବର୍ତମାନ ସମାଜରେ ଶୈକ୍ଷିକ ଜ୍ଞାନର ପ୍ରଭାବ ସମ୍ପର୍କରେ ମତ ରଖିବା ସହ ବହୁ ବିଷୟକ ଉଦ୍ଭାବନ ଓ ଡିଜିଟାଲ୍ ପରିବର୍ତନର ପ୍ରଭାବ ସମ୍ମିଳିତ ବିକାଶ ଉପରେ ପଡ଼ିବାର ଆବଶ୍ୟକତା ରହିଛି ବୋଲି ବକ୍ତାମାନେ ମତ ରଖିଥିଲେ ।
କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର, ଆଇବିସିଏସ୍ର ଡିନ୍ ପ୍ରଫେସର ଅୟସ କାନ୍ତ ମହାନ୍ତି, ସେଂଟର ଫର ବାୟୋଟେକ୍ନୋଲଜିର ପ୍ରଫେସର ଏଙ୍କେଟେଶ୍ୱର ସୁବୁଦ୍ଧି ଏବଂ ଆଇବିସିଏସ୍ର ଆସୋସିଏଟ୍ ଡିନ୍ ପ୍ରଫେସର ମନୋରଞ୍ଜନ ଦାଶ ଯୋଗ ଦେଇଥିଲେ ।
ସମ୍ମିଳନୀର ପରିଚାଳନା ସଂଯୋଜକ ପ୍ରଫେସର ଦାଶ ସମ୍ମିଳନୀର ପ୍ରସଙ୍ଗ ‘ଡିଜିଟାଲ୍ ଟ୍ରାନ୍ସଫର୍ମେସନ୍ ଆଣ୍ଡ ସଷ୍ଟେନେବୁଲ ଇନୋଭେସନ୍: ଆନ୍ ଇନ୍ଟରଡିସିପ୍ଲିନାରୀ ଆପ୍ରୋଚ ଟୁ ବିଜିନେସ, ହେଲ୍ଥ, ଲ, ଏଗ୍ରିକଲ୍ଚର ଆଣ୍ଡ ସୋସାଇଟି’ ସମ୍ପର୍କରେ ବିସ୍ତୃତ ତଥ୍ୟ ରଖିଥିଲେ ।
କାର୍ଯ୍ୟକ୍ରମରେ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଡେଂଟାଲ୍ ସାଇନ୍ସେସ୍ର ଡିନ୍ ପ୍ରଫେସର (ଡାକ୍ତର) ରୁଚି ଭୂୟାଁ ଓ ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ମଧ୍ୟ ବକ୍ତବ୍ୟ ରଖିଥିଲେ । ପ୍ରଫେସର ଦାଶ ସମ୍ମଳିନୀର ରିପୋର୍ଟ ପ୍ରଦାନ କରିଥିବା ବେଳେ ସମ୍ମିଳନୀର ସଂଯୋଜକ ପ୍ରଫେସର ପ୍ରୀତି ୱାଇ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

Related Posts

ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ…

୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଆଇିଇଡ଼ି ବିସ୍ଫୋରଣରେ ରେଳୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ସହୟତା ଘୋଷଣା ହୋଇଛି । ସିଏମ୍‌ଆରଏଫ୍‌ରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାରକୁ ଆର୍ଥିକ ସହାୟତା…

Leave a Reply

Your email address will not be published. Required fields are marked *

You Missed

ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

କେନାଲକୁ ଖସିଲା କାର୍:୧୧ ମୃତ

କେନାଲକୁ ଖସିଲା କାର୍:୧୧ ମୃତ

୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ