ଡିସେମ୍ବର ୫ରେ ମହାରାଷ୍ଟ୍ରରେ ଉତ୍ସବ

ଡିସେମ୍ବର ୫ରେ ଶପଥ ନେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ। ୨ ତାରିଖରେ ବିଧାୟକ ଦଳ ବୈଠକ ପରେ ୫ରେ ଶପଥ ସମାରୋହ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ, ତା ଉପରୁ ଏଯାଏଁ ପରଦା ହଟିନି।
ବିଜେପି ପକ୍ଷରୁ ପ୍ରକାଶ ସୂତ୍ର ରିପୋର୍ଟ ଅନୁସାରେ, ଡିସେମ୍ବର ୨ରେ ମହାୟୁତିର ବିଧାୟକ ଦଳ ବୈଠକ ବସିବ। ଏଥିରେ ପାର୍ଟି ମୁଖିଆ କିଏ ହେବେ ସେନେଇ ନିଷ୍ପତ୍ତି ନିଆଯିବ। ଏହାପରେ ଗୁରୁବାର (ଡିସେମ୍ବର ୫)ରେ ମୁମ୍ବାଇର ଆଜାଦ ମୈଦାନରେ ଶପଥ ଉତ୍ସବ ସମାରୋହ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।
ଗୁରୁବାର ମହାୟୁତି ମେଣ୍ଟର ସଦସ୍ୟ ଦଳର ପ୍ରମୁଖ ନେତା ବିଜେପିର ଦେବେନ୍ଦ୍ର ଫଡନାଭିସ୍, ଶିବସେନାର ଏକନାଥ ସିନ୍ଦେ ଏବଂ ଏନସିପିର ଅଜିତ ପାୱାର ଦିଲ୍ଲୀରେ ଅମିତ ଶାହ ଏବଂ ଜେପି ନଡ୍ଡାଙ୍କୁ ଭେଟିବା ପରେ ମୁମ୍ବାଇ ଫେରିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ପଦ ବଣ୍ଟନ ନେଇ ଆଲୋଚନା ହୋଇଥିଲା। ଏହାପରେ ମୁମ୍ବାଇରେ ଶୁକ୍ରବାର ବିଧାୟକ ଦଳ ବୈଠକ ବସିବାର ଥିଲା। ମାତ୍ର କାର୍ଯ୍ୟନିର୍ବାହୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗାଁକୁ ଚାଲିଯିବାରୁ ବୈଠକ ବାତିଲ ହୋଇ ଯାଇଥିଲା।

ନୂଆ ସରକାରରେ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବାରୁ ସିନ୍ଦେ ଅପସେଟ୍ ଥିବା ଚର୍ଚ୍ଚା ହେଉଛି। ଏହି କାରଣରୁ ସେ ଗାଁକୁ ଚାଲି ଯାଇଥିବା କୁହାଯାଉଥିଲା। ମାତ୍ର ଦଳ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। ସୋମବାର ବିଧାୟକ ଦଳ ବୈଠକରେ ସେ ଯୋଗଦେବେ। ଯଦି ବ୍ୟକ୍ତିଗତ ଭାବେ ଉପସ୍ଥିତ ହୋଇ ନ ପାରିଲେ, ତେବେ ଭିଡିଓ କନଫେରେନ୍ସିଂ ଜରିଆରେ ଯୋଗଦେବେ।

୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟ ୨୩୦ଟି ଆସନ ସହ ବିଜୟୀ ହୋଇଛି। ଏଥିରେ ବିଜେପି ଏକାକୀ ୧୩୨ଟି ଆସନ ଜିତି ଥିବାବେଳେ ଶିବସେନା ୫୭ ଏବଂ ଏନସିପି ୪୧ଟିରେ ବିଜୟୀ ହୋଇଛି।

  • Related Posts

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ଢାକା ବାଂଲାଦେଶରେ ଶେଖ ହାସିନାଙ୍କ ଶାସନର ପତନର ଗୋଟିଏ ବର୍ଷ ପୂରଣ ଅଗଷ୍ଟ ୮ରେ ହେବାକୁ ଯାଉଛି। ଏହି ଅବସରରେ, ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଦେଶକୁ ସମ୍ବୋଧିତ କରିଛନ୍ତି। ନିଜ ଅଭିଭାଷଣରେ, ସେ ଘୋଷଣା କରିଛନ୍ତି ଯେ, ଦେଶର…

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଉତ୍ତରକାଶୀ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍