ଡ୍ରାଇଭର ମହାସଂଘ ସହ ଆଲୋଚନା ସଫଳ: ପରିବହନ ମନ୍ତ୍ରୀ

ବ୍ରହ୍ମପୁର: ବିଭିନ୍ନ ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ଆନ୍ଦୋଳନ କରୁଥିବାବେଳେ। ଆନ୍ଦୋଳନ ଯୋଗୁ ଠପ୍ ହୋଇପଡ଼ିଛି ଯାତ୍ରୀ ପରିବହନ। ଅବଶ୍ୟ ଶୁକ୍ରବାର ସନ୍ଧ୍ୟାରେ ଆନ୍ଦୋଳନରୁ ଓହରିଛି ଘରୋଇ ବସ୍ ମାଲିକ ସଂଘ। ତେବେ ଏହି ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ମନ୍ତ୍ରୀ କହିଛନ୍ତି ଆଲୋଚନା ସଫଳ ହୋଇଛି। ସମସ୍ତ ଦାବି ସମାଧାନ କରାଯିବା ନେଇ ସରକାର ଡ୍ରାଇଭର ମହାସଂଘକୁ ପ୍ରତିଶ୍ରୁତି ଦେଇସାରିଛନ୍ତି । ସଫଳ ଆଲୋଚନା ପରେ ମଧ୍ୟ ଡ୍ରାଇଭର ମହାସଂଘ ଆନ୍ଦୋଳନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଆଲୋଚନା ପରେ ମଧ୍ୟ କାହିଁକି ଆନ୍ଦୋଳନ କରୁଛନ୍ତି ଆଶ୍ଚର୍ୟ୍ୟ ଲାଗୁଛି ବୋଲି କହିଛନ୍ତି ମନ୍ତ୍ରୀ। ଏହା ସହ ଆନ୍ଦୋଳନରୁ ଓହରି ଯାଆନ୍ତୁ ବୋଲି ମନ୍ତ୍ରୀ ନିବେଦନ କରିଛନ୍ତି।ମନ୍ତ୍ରୀ ଆହୁରି କହିଛନ୍ତି ରାଜ୍ୟରେ ପେଟ୍ରୋଲ ଡିଜେଲର ଅଭାବ ସମସ୍ୟା ଆଉ ନାହିଁ। ୪୦୦ରୁ ଉର୍ଦ୍ଧ୍ବ ପେଟ୍ରୋଲ ଓ ଡିଜେଲ ଟ୍ୟାଙ୍କର ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇଛି। ୩୫ରୁ ଉର୍ଦ୍ଧ୍ବ ଡ୍ରାଇଭର ସଂଘ ପରିବହନ ବିଭାଗ ସହ ରହିଛନ୍ତି। ଆନ୍ଦୋଳନକାରୀ ଡ୍ରାଇଭର ମାନେ ଯେଉଁ ଗାଡ଼ି ଚାଳକଙ୍କୁ ଆକ୍ରମଣ କରୁଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ।ଡ୍ରାଇଭରମାନେ ଆନ୍ଦୋଳନ ନାମରେ ଜନସାଧାରଣଙ୍କୁ ହଇରାଣ କରିବା ସରକାର ଗ୍ରହଣ କରିବେ ନାହିଁ। କଂଗ୍ରେସ ଡ୍ରାଇଭରଙ୍କୁ ନେଇ ରାଜନୀତି କରୁଛନ୍ତି। ପ୍ରତି ୧୦୦ କିଲୋମିଟର ଦୂରରେ ଡ୍ରାଇଭର ମାନଙ୍କ ନିମନ୍ତେ ଆଶ୍ରୟସ୍ଥଳୀ ପାଇଁ ସରକାର ଖୁବଶୀଘ୍ର ପଦକ୍ଷେପ ନେବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।

  • Garvita Odia

    Related Posts

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନସେସ୍ (ଆଇଏଏସ୍)ରେ ବୁଧବାର ଚତୁର୍ଦ୍ଧଶ ସ୍ୱାମୀନାଥନ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ବକ୍ତୃତାମାଳାରେ ଉତରବଙ୍ଗ କୃଷି ବିଶ୍ୱବିଦ୍ୟାଳୟର ପ୍ରଫେସର ତଥା କୃଷି ସମ୍ପ୍ରସାରଣ ବିଜ୍ଞାନୀ ଭାବେ…

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଓଡ଼ିଶାରେ ଶ୍ୱେତ ବିପ୍ଲବର କର୍ଣ୍ଣଧାର ହେଉଛି ଓମ୍‌ଫେଡ୍‍। ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ସ୍ୱାବଲମ୍ବୀ କରିବା ସହିତ ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି। ଆଗାମୀ ଦିନରେ ରାଜ୍ୟ ସରକାର ଦୁଗ୍ଧ ଉତ୍ପାଦନ ବୃଦ୍ଧି ନେଇ କାମଧେନୁ…

    Leave a Reply

    Your email address will not be published. Required fields are marked *

    You Missed

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ  କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଛାତ୍ରୀ କଲେ ଆତ୍ମହତ୍ୟା, ୨ ଶିକ୍ଷକ ନିଲମ୍ବିତ

    ଛାତ୍ରୀ କଲେ ଆତ୍ମହତ୍ୟା, ୨ ଶିକ୍ଷକ ନିଲମ୍ବିତ