ଥାନାରେ ବିଷ ପିଇ ଦେଲେ ଯୁବତୀ

ନୟାଗଡ଼ ଇଟାମାଟି ଥାନା ପରିସରରେ ଘଟିଛି ଅଭାବନୀୟ ଘଟଣା। ଏଠାରେ ଜଣେ ଯୁବତୀ ନ୍ୟାୟ ଦାବିରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପ୍ରେମ ବ୍ୟାପାରକୁ ନେଇ ସେ ଏପରି କରିଛନ୍ତି। ବିଷ ପିଇବା ଯୋଗୁ ତାଙ୍କ ଅବସ୍ଥା ଗୁରୁତର ରହିଛି। ଏଥିପାଇଁ ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ବାସ୍ତବରେ ଯୁବତୀ ଜଣଙ୍କ ଜଣେ ଯୁବକଙ୍କୁ ଭଲ ପାଉଥିଲେ। ବିବାହର ପ୍ରତିଶ୍ରୁତି ଦେଇ ଯୁବକ ଜଣଙ୍କ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ହେଲେ ପ୍ରେମିକଙ୍କ ଠାରୁ ଧୋକା ପାଇବା ପରେ ଯୁବତୀ ଜଣଙ୍କ ପୁଲିସ୍‌ର ଦ୍ୱାରସ୍ଥ ହୋଇଥିଲେ। ପୁଲିସ୍‌ ଏହାକୁ ଆଧାର କରି ପ୍ରେମିକଙ୍କୁ ଗିରଫ କରିଥିଲା। ପରବର୍ତ୍ତୀ ଅବସ୍ଥାରେ ସେ ଜାମିନରେ ଆସିଥିଲେ।କିନ୍ତୁ ଦୁଇ ପରିବାର ମଧ୍ୟରେ ବିବାଦ ଥମି ନଥିଲା। ବିବାହ କରିବାକୁ ଜିଦରେ ପ୍ରେମିକା ଜଣକ ଅଟଳ ରହିଥିବା ବେଳେ ପ୍ରେମିକଙ୍କ ପରିବାର ଲୋକ ମାମଲାକୁ ରଫାଦଫା କରିବାକୁ ଚାହୁଁଛନ୍ତି। ଏହାକୁ ନେଇ ରବିବାର ପୁଣି ୨ ପରିବାର ମଧ୍ୟରେ ଝଗଡ଼ା ହୋଇଥିଲା। ଏନେଇ ପୁଲିସରେ ଉଭୟ ପକ୍ଷ ଅଭିଯୋଗ କରିଥିଲେ।

ଆଜି ତ୍ୱରିତ ନ୍ୟାୟ ଦାବିରେ ଯୁବତୀ ଜଣଙ୍କ ଆଜି ଇଟାଭାଟି ଥାନାରେ ପହଞ୍ଚିଥିଲେ। କାହିଁକି ନ୍ୟାୟ ମିଳିଲାନି ବୋଲି ପ୍ରଶ୍ନ କରି ଥାନା ପରିସରରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଘଟଣା ପରେ ତାଙ୍କୁ ତୁରନ୍ତ ପୁଲିସ୍‌ ଅଧିକାରୀମାନେ ହସ୍ପିଟାଲ ନାଇ ଯାଇଥିଲେ। ଏବେ ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ତାଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।

  • Garvita Odia

    Related Posts

    ପୁଅ ମାଡ଼ରେ ମାଆ ମୃତ

    ପଟ୍ଟାମୁଣ୍ଡା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ବିଷ୍ଣୁପୁର ଗାଁରେ ପୁଅ ମାଡ଼ରେ ମାଆ ମୃତ । ପୁଅ, ବୋହୂଙ୍କ ଝଗଡ଼ା ସମାଧାନ କରିବାକୁ ଯାଇ ଚାଲିଗଲା ମାଆର ଜୀବନ । ପୁଲିସ ଅଭିଯୁକ୍ତ ପୁଅ ମନୋଜ ମଲ୍ଲିକଙ୍କୁ ଅଟକ ରଖି ପଚରାଉଚରା କରୁଛି ।…

    ଜଗତସିଂହପୁର ଗଣଦୁଷ୍କର୍ମ :ମୁଖ୍ୟ ଅଭିଯୁକ୍ତ ଗିରଫ

    ଜଗତସିଂହପୁର: ଜଗତସିଂହପୁର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତକୁ କଟକରୁ ଗିରଫ କରାଯାଇଛି। ଦ୍ବିତୀୟ ଅଭିଯୁକ୍ତକୁ ଗିରଫ ପାଇଁ ପୁଲିସ ଚଢ଼ଉ ଜାରି ରଖିଛି। ଏନେଇ ସୂଚନା ଦେଇଛନ୍ତି ଏସପି ଭବାନୀ ଶଙ୍କର ଉଦଗାତା। ସୂଚନାଯୋଗ୍ୟ, ଜଗତସିଂହପୁରରେ ଗତକାଲି ରାତିରେ ଜଣେ ୧୮…

    Leave a Reply

    Your email address will not be published. Required fields are marked *

    You Missed

    ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ‘ପାଇକ ବିଦ୍ରୋହ’  ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ପୁଅ ମାଡ଼ରେ ମାଆ ମୃତ

    ପୁଅ ମାଡ଼ରେ ମାଆ ମୃତ

    ହରିୟାଣାରେ ଭୂକମ୍ପ ଝଟକା

    ହରିୟାଣାରେ ଭୂକମ୍ପ ଝଟକା

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା, କିଟ୍‌କୁ ଦାୟୀ କଲା ୟୁଜିସି

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା,  କିଟ୍‌କୁ ଦାୟୀ କଲା ୟୁଜିସି

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା