
ଅନୁଗୁଳ : ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସକାଳ ସମୟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଜଣଙ୍କର ଓ ଚିକିତ୍ସିତ ଅବସ୍ଥ।।ରେ ଅନ୍ୟ ଜଣଙ୍କ ମୃତ୍ୟୁ ଘଟିଛି । ମୃତ, ଆହତଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।