ପରିବର୍ତ୍ତନ ହେବ ୧୬୩୫ଟି ନୂଆ ରାଜସ୍ଵ ଗାଁର ସୀମା

ଭୁବନେଶ୍ଵର : ୧୬୩୫ଟି ନୂତନ ରାଜସ୍ଵ ଗ୍ରାମର ସୀମା ପରିବର୍ତ୍ତନ ନେଇ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହେଲା ସ୍ଵତନ୍ତ୍ର ନିର୍ଦ୍ଦେଶନାମା। ନକ୍ସା ପରିବର୍ତ୍ତନ ପାଇଁ ସର୍ଭେ ନିର୍ଦ୍ଦେଶକ, ଜିଲ୍ଲାପାଳ ଓ ଆରଡିସିଙ୍କୁ ଚିଠି। ପୁରୁଣା ରାଜସ୍ଵ ଗାଁ ରେକର୍ଡ ଯେମିତି ମିଶି ନଯାଏ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ।

ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠିରେ ଲେଖିଛନ୍ତି, ଦୀର୍ଘଦିନ ଧରି ନୂତନ ରାଜସ୍ବ ଗ୍ରାମ ଓ ଏହାର ସୀମା ପୁନଃ ନିର୍ଦ୍ଧାରଣ ଲାଗି ଦାବି ହୋଇଆସୁଥିଲା। ଏହାକୁ ନେଇ ଜିଲ୍ଲାପାଳ, ବନ୍ଦୋବସ୍ତ ଅଧିକାରୀଙ୍କ ପକ୍ଷରୁ ଆସିଥିବା ସୁପାରିସ୍‌କୁ ଆଧାର କରି ସରକାରଙ୍କ ପକ୍ଷରୁ ୧୬୩୫ଟି ରାଜସ୍ବ ଗ୍ରାମକୁ ଅନୁମୋଦନ ପ୍ରଦାନ କରାଯାଇଛି। ରାଜସ୍ବ ଗ୍ରାମ ବିଭାଜନ ଦ୍ବାରା ଦୁଇଟି ଅଲଗା ଗ୍ରାମ ପାଇଁ ନୂତନ ଭୂ-ରେକର୍ଡ ପ୍ରସ୍ତୁତ ହେବା ଉଚିତ୍। ଯେଉଁଥିରେ ପ୍ରତ୍ୟେକ ରାଜସ୍ବ ଗ୍ରାମ ନୂତନ ଖାତା ଓ ପ୍ଲଟ୍ ତଥ୍ୟ ରହିବା ଜରୁରୀ । ନୂତନ ରାଜସ୍ବ ଗ୍ରାମ ସୀମା ପୁନଃ ନିର୍ଦ୍ଧାରଣ ବେଳେ ଯେପରି ପୁରୁଣା ରାଜସ୍ୱ ଗ୍ରାମର ରେକର୍ଡ ମିଶି ନଯାଏ ସେଥିପ୍ରତି ଦୃଷ୍ଟି ଦେବାକୁ ଏସିଏସ୍ ନିର୍ଦ୍ଦେଶ ଦେଇଛନ୍ତି।

  • Related Posts

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ବଳଙ୍ଗା: ପୁରୀରେ ବିଜେଡିର ହରତାଳକୁ ନେଇ ମୃତ ବଳଙ୍ଗା ଯୁବତୀଙ୍କ ବାପା ପୁଣି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆମେ ବହୁତ ଦୁଃଖରେ ଅଛୁ, ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ। ମୋ’ ଝିଅ ତ ରହିଲାନି, ଆମେ କାହାକୁ ଦୋଷ…

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ଦକ୍ଷିଣ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ। ୭ ତାରିଖରେ କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ର ଗୋଟିଏ ଦୁଇଟି…

    Leave a Reply

    Your email address will not be published. Required fields are marked *

    You Missed

    ସିଆରପିଏଫ ବସ ଦୁର୍ଘଟଣା: ୩ ଯବାନ ସହିଦ

    ସିଆରପିଏଫ ବସ ଦୁର୍ଘଟଣା: ୩ ଯବାନ ସହିଦ

    ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ବଡ ଝଟକା: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

    ବଡ ଝଟକା: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

    ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ

    ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ