ପୀଡିତାଙ୍କୁ ସାକ୍ଷାତ କଲେ ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ବାଲେଶ୍ୱର FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା । ଏମ୍ସ ଯାଇ ପୀଡିତାଙ୍କୁ ଭେଟିଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଡାକ୍ତରୀ ଟିମ୍‌ ସହ ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି ଦୁଇ ମନ୍ତ୍ରୀ ।

ଏମ୍ସରୁ ବାହାରି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ମାମଲାରେ ୨ ଜଣଙ୍କୁ ନିଲମ୍ବନ ଓ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଯାହାକୁ ବହିଷ୍କାର କରାଯିବା କଥା କରାଯିବ । ଏହାସହ ଘଟଣାରେ ଅଧିକ ତଦନ୍ତ ପାଇଁ ୩ ଜଣିଆ ଉଚ୍ଚସ୍ତରୀୟ ଟିମ୍ ବାଲେଶ୍ବର ଯାଇଛନ୍ତି। ତଦନ୍ତ ରିପୋର୍ଟ ଆସିଲା ପରେ ଦୋଷୀଙ୍କ ବିରୋଧରେ ଆକ୍ସନ୍ ନିଆଯିବ । କଠୋର ପଦକ୍ଷେପ ନେବାରେ ଅବହେଳା କରାଯିବ ନାହିଁ । ସେହିପରି ପୀଡିତା ଛାତ୍ରୀଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଭେଟିବେ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ।
ଅନ୍ୟପଟେ ଏମ୍ସରେ ପୀଡିତା ଛାତ୍ରୀଙ୍କୁ ଭେଟିବା ପରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଛାତ୍ରୀଙ୍କୁ ବଞ୍ଚାଇବା ପାଇଁ ସମସ୍ତ ଚେଷ୍ଟା ଚାଲିଛି । ଲଗାତର ଭାବେ ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଉପରେ ଏମ୍‌ସର ବରିଷ୍ଠ ଡାକ୍ତରମାନେ ନଜର ରଖିଛନ୍ତି । ସେହିପରି ଘଟଣାକୁ ନେଇ ଆକ୍ସନମୋଡ଼କୁ ଆସିଛନ୍ତି ରାଜ୍ୟ ସରକାର । ନୂଆଦିଲ୍ଲୀରୁ ଫେରିବା ପରେ ତୁରନ୍ତ ଏୟାରପୋର୍ଟ ପରିସରରେ ଡାକିଥିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଯେଉଁଥିରେ ସ୍ୱାସ୍ଥ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା, ଉପମୁଖ୍ୟମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଯେଉଁଥିରେ ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ଛାତ୍ରୀଙ୍କ ଆତ୍ମାହୁତି ଘଟଣା ସଂପର୍କରେ ଆଲୋଚନା ହୋଇଛି । ସେଠାରୁ ବାହାରି ମୁଖ୍ୟମନ୍ତ୍ରୀ ଏମ୍‌ସ ଯିବାର କାର୍ଯ୍ୟକ୍ରମ ମଧ୍ୟ ରହିଥିବାର ସୂଚନା ମିଳିଛି ।

  • Garvita Odia

    Related Posts

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନସେସ୍ (ଆଇଏଏସ୍)ରେ ବୁଧବାର ଚତୁର୍ଦ୍ଧଶ ସ୍ୱାମୀନାଥନ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ବକ୍ତୃତାମାଳାରେ ଉତରବଙ୍ଗ କୃଷି ବିଶ୍ୱବିଦ୍ୟାଳୟର ପ୍ରଫେସର ତଥା କୃଷି ସମ୍ପ୍ରସାରଣ ବିଜ୍ଞାନୀ ଭାବେ…

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଓଡ଼ିଶାରେ ଶ୍ୱେତ ବିପ୍ଲବର କର୍ଣ୍ଣଧାର ହେଉଛି ଓମ୍‌ଫେଡ୍‍। ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ସ୍ୱାବଲମ୍ବୀ କରିବା ସହିତ ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି। ଆଗାମୀ ଦିନରେ ରାଜ୍ୟ ସରକାର ଦୁଗ୍ଧ ଉତ୍ପାଦନ ବୃଦ୍ଧି ନେଇ କାମଧେନୁ…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ  କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼