ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତା ୫ ତାରିଖରେ ସୁମାତ୍ରା ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ । ଏହା ଶ୍ରୀଲଙ୍କା ବା ଦକ୍ଷିଣ ତାମିଲନାଡୁକୁ ମୁହାଁଇବ ଓ ବର୍ଷା ହେବ । କିନ୍ତୁ ରାଜ୍ୟ ଉପରେ ଏହାର ସିଧା ପ୍ରଭାବ ରହିବନି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।
ସେ କହିଛନ୍ତି, ଆସନ୍ତା ୪ରୁ ୬ ତାରିଖ ଭିତରେ ଦକ୍ଷିଣ ଅଭ୍ୟନ୍ତରରେ ରାତି ତାପମାତ୍ରା ୪ ଡିଗ୍ରୀ କମିଯିବ । ଫଳରେ ଶୀତ ବଢ଼ିବ । ୨, ୩ ଓ ୯ ତାରିଖରେ ପାଗ ମେଘୁଆ ରହିବ । ଉତ୍ତର ଉପକୂଳ ଓ ଅଭ୍ୟନ୍ତରରେ ୪ରୁ ୬ ତାରିଖ ଭିତରେ ରାତି ତାପମାତ୍ରା ୪ ଡିଗ୍ରୀ କମିବ । ୯ ତାରିଖରେ ପାଗ ମେଘୁଆ ରହିବ । କୁହୁଡ଼ି ବି ଦୃଶ୍ୟମାନ ହୋଇପାରେ । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ଆସନ୍ତା ୫ଦିନ ଯାଏ ତାପମାତ୍ରାରେ କିଛି ପରିବର୍ତ୍ତନ ହେବନି । ସୋମବାର ଏ ସବୁ ଅଞ୍ଚଳରେ ପାଗ ମେଘୁଆ ରହିବା ସହ କୁହୁଡ଼ି ଦେଖାଦେବ ।

  • Related Posts

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ୟ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା…

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଭୁବନେଶ୍ବର: ଏଣିକି ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହିଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ…

    Leave a Reply

    Your email address will not be published. Required fields are marked *

    You Missed

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ