ପୁଣି ମାତିଲେ ଲୁଟେରା:ନେଇଗଲେ ୨୦ ଭରି ସୁନା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ମାତିଲେ ଲୁଟେରା। ଘରର ଝରକା ତାଡ଼ି ଘରେ ପଶି କଳାକନା ବୁଲାଇଦେଲେ। ୨୦ଭରି ସୁନାଗହଣା ସହ ଟଙ୍କା ଲୁଟି ନେଇଯାଇଥିବା ଇନଫୋସିଟି ଥାନାରେ ଅଭିଯୋଗ ହୋଇଛି।ଗତକାଲି ରାତିରେ ଲୁଟେରାମାନେ ଇନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ ବିହାରରେ ରହୁଥିବା ବଂଶୀଧର ଗଉଡଙ୍କ ଘରେ ପଶିଥିଲେ। ଆଲମାରି ଭାଙ୍ଗି ଘରୁ ୨୦ଭରି ସୁନାଗହଣା ସହ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏନେଇ ଇନଫୋସିଟି ଥାନାରେ ଅଭିଯୋଗ କରିଛନ୍ତି ଗଣେଶ। ଇନଫୋସିଟି ଥାନା ପୁଲିସ ଘଟଣାର ତଦନ୍ତ କରୁଛି।ବଂଶୀଧର ଗଉଡ କହିଛନ୍ତି, ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଆମେ ସ୍ୱାମୀସ୍ତ୍ରୀ ଘରେ ଶୋଇଥିଲୁ। ଏହି ସମୟରେ କିଛି ଲୁଟେରା ଝରକା ତାଡ଼ି ଘରେ ସୁନାଗହଣା ଲୁଟି ନେଇଥିଲେ। ଆଜି ସକାଳେ ଆମ ଘରର ଜିନଷ ପତ୍ର ଏଣେତେଣେ ପଡ଼ିଥିବାବେଳେ ଆଲମାରି ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲୁ। ଏଥିସହ ଆଲମାରିରେ ଗହଣା ନଥିବା ଦେଖିଥିଲୁ। ପରେ ଏନେଇ ଆମେ ଥାନାରେ ଅଭିଯୋଗ କରିଥିଲୁ ।

  • Related Posts

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହର ଉପକଣ୍ଠ ବାଙ୍କବିଜାରେ ଆୟୋଜିତ ସମାବେଶରେ ଯୋଗଦେବେ । ୯ ତାରିଖ ପୂର୍ବାହ୍ଣରେ ମହିଳାଙ୍କୁ ସୁଭଦ୍ରା ଯୋଜନା ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ଏହାକୁ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    State-level workshop on Mental Health held in Bhubaneswar