ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଦୁଃଖ ପ୍ରକାଶ କରିଛନ୍ତି ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଏକ ଅଭାବନୀୟ ତଥା ଦୁର୍ଭାଗ୍ୟଜନକ ଅଘଟଣ ପରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କର ପରଲୋକ ଘଟିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଏ ଦୁଖଃଦ ପରିସ୍ଥିତିରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଡାକ୍ତରୀ ଦଳ ଏବଂ ସରକାରଙ୍କ ସମସ୍ତ ପ୍ରକାର ଚେଷ୍ଟା ସତ୍ତ୍ଵେ ବଞ୍ଚାଇ ପାରିନଥିବାରୁ ଆମେ ଅତ୍ୟନ୍ତ ଦୁଃଖିତ।
ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଆଜି ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ହୋଇଯାଇଛି। ଅବସ୍ଥା ଗୁରୁତର ଥିବାରୁ ଗତ ଜୁଲାଇ ୨୦ ତାରିଖରେ ତାଙ୍କୁ ଭୁବନେଶ୍ୱରରୁ ଦିଲ୍ଲୀକୁ ଏୟାର ଲିଫ୍ଟ କରାଯାଇଥିଲା। ଭୁବନେଶ୍ୱରର ଏମ୍‌ସରୁ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ନିଆଯାଇଥିଲା। ଆସନ୍ତାକାଲି ଦିଲ୍ଲୀ ଏମ୍‌ସରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯିବ। ଶବ ବ୍ୟବଚ୍ଛେଦ ପରେ ତାଙ୍କ ମୃତଦେହକୁ ଓଡ଼ିଶା ଅଣାଯିବ ବୋଲି ସୂଚନା ମିଳିଛି। ଗତ ଜୁଲାଇ ୧୯ ତାରିଖ (ଶନିବାର)ରେ ପୀଡ଼ିତାଙ୍କ ଦେହରେ ଲାଗିଥିଲା ନିଆଁ। ଆଉ ଠିକ୍ ଦୁଇ ସପ୍ତାହ ପରେ ଆଜି ସେ ଆଖି ବୁଜିଛନ୍ତି। ତାଙ୍କ ମୃତ୍ୟୁ ପରେ ଆଜି ଓଡ଼ିଶା ପୁଲିସ ଦେଇଛି ବଡ଼ ସୂଚନା। କହିଛି, ତଦନ୍ତ ଅନୁଯାୟୀ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ତଦନ୍ତ ଶେଷ ପର୍ୟ୍ୟାୟରେ ପହଞ୍ଚି ସାରିଛି। ସମସ୍ତଙ୍କୁ ଅନୁରୋଧ, ଦୁଃଖଦ ମୁହୂର୍ତ୍ତରେ ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ।

  • Related Posts

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ…

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ରାଉରକେଲା: ଆଇିଇଡ଼ି ବିସ୍ଫୋରଣରେ ରେଳୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ସହୟତା ଘୋଷଣା ହୋଇଛି । ସିଏମ୍‌ଆରଏଫ୍‌ରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାରକୁ ଆର୍ଥିକ ସହାୟତା…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ