ବାକି ନଦେବାରୁ ହୋଟେଲ ମାଲିକଙ୍କୁ ଆକ୍ରମଣ

ଆନନ୍ଦପୁର : ହୋଟେଲ ମାଲିକକୁ ଆକ୍ରମଣ । ବାକି ନଦେବାରୁ ହୋଟେଲ୍‌ ମାଲିକକୁ ଏପରି ଆକ୍ରମଣ କରିଛନ୍ତି । ଯେଉଁଥିରେ ହୋଟେଲ୍‌ ମାଲିକ ସମେତ କିଛି କର୍ମଚାରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ଗତ ୨ ତାରିଖରେ ଏକ ଆକ୍ରମଣ ଘଟଣାର ସମାଧାନ ହୋଇଥିଲା । ହେଲେ ଘଟଣାର ୪ ଦିନ ପରେ ମାଲିକ ବଜାରରେ ସଉଦା କିଣୁଥିବା ସମୟରେ ପୂର୍ବ ରାଗ ରଖି ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ । ଯେଉଁଥିରେ ହୋଟେଲ ମାଲିକ ସହ ବାପା ଓ କିଛି କର୍ମଚାରୀ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଧକଠା ଠାରେ ଏଭଳି ଘଟଣା ଘଟିଛି । ସେପଟେ ଏହି ଘଟଣାକୁ ନେଇ ହୋଟେଲ୍‌ ମାଲିକ ଦେବାଶିଷ ସାହାଣୀ ଘଷିପୁରା ଥାନାରେ ଅଭିଯୋଗ କରିଛନ୍ତି । ଘଟଣାକୁ ନେଇ ତିନି ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ପକ୍ଷରୁ ଆଖିଦୃଶିଆ ପଦକ୍ଷେପ ନେଇନଥିବା ଅଭିଯୋଗ ହୋଇଛି ।

  • Garvita Odia

    Related Posts

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ

    କେନ୍ଦୁଝର: ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ମେଲାଣ ରଙ୍ଗମାଟିଆ ସାହିରେ ଅଘଟଣ । ପୁଅର ଟାଙ୍ଗିଆ ଚୋଟରେ ମାଆର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ରାମର ରିଣ୍ଡି ସୋରେନ । ମହିଳାଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ