ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ଘଟଣାକୁ ରାଜ୍ୟ ସରକାର ଗୁରୁତ୍ବର ସହିତ ନେଉଛନ୍ତି। ପୀଡ଼ିତାଙ୍କ ପରିବାର ପ୍ରତି ସରକାର ଠିଆ ହୋଇଛନ୍ତି। ଏଥି ପାଇଁ ପୀଡ଼ିତାଙ୍କ ପରିବାରକୁ ରାଜ୍ୟ ସରକାର ୨୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ମଧ୍ୟ ଦେଇଛନ୍ତି।
ଆଜି ଯେତେବେଳେ ଏହି ଘଟଣାକୁ ନେଇ ବିଜେଡି ଆନ୍ଦୋଳନ କରୁଥିଲା, ସେହି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା। ଆଜିର ଆନ୍ଦୋଳନରୁ ସେମାନେ ଯେଉଁ ଆଶା କରୁଥିଲେ, ତାହା ପାଇ ପାରି ନାହାନ୍ତି। ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କହି ବିଜେଡି କର୍ମୀମାନେ ୨ଟି ବେରିକେଡ଼ି ଭାଙ୍ଗିଥିଲେ। ପ୍ରଶାସନ ତାର କର୍ତ୍ତବ୍ୟ ଠିକ ଭାବେ ତୁଲାଇଛି। ବିଜେଡିର ବିଶୃଙ୍ଖଳା ଉଦ୍ୟମକୁ ପ୍ରଶାସନ ଅଟକାଇଥିଲା। ବିଜେପି ଉପସଭାପତି ବିରଞ୍ଚି ତ୍ରିପାଠୀ ବୁଧବାର ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳୀରେ ଏହା କହିଛନ୍ତି।

ଶ୍ରୀ ତ୍ରିପାଠୀ କହିଛନ୍ତି, ଓଡ଼ିଶା ସରକାର ମହିଳାଙ୍କ ପ୍ରତି ସମର୍ପିତ ଥିବା ସରକାର। ମହିଳାଙ୍କ ପ୍ରତି କୌଣସି ପ୍ରକାରର ହିଂସା ହୁଏ, ଅଭିଯୁକ୍ତଙ୍କୁ ଛଡ଼ାଯିବ ନାହିଁ। ଓଡ଼ିଶା ସରକାର ମହିଳାଙ୍କ ସହିତ ଠିଆ ହୋଇଛନ୍ତି। କାରଣ ଆମ ଶାସ୍ତ୍ର କହୁଛି, ଯେଉଁଠାରେ ନାରୀମାନଙ୍କୁ ପୂଜା କରାଯାଏ, ସେଠାରେ ଭଗବାନ ଆବିର୍ଭାବ ହୋଇଥାନ୍ତି। ନାରୀ ସମାଜ ପ୍ରତି ସରକାରଙ୍କ ସହଯୋଗ ଅଛି। ମହିଳାଙ୍କ ସୁରକ୍ଷା, ଆର୍ଥିକ ସ୍ଥିତ ସୁଦୃଢ଼ ପାଇଁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ଭବିଷ୍ୟତରେ ଯଦି କେହି ନାରୀ ସମାଜ ପ୍ରତି କୌଣସି ପ୍ରକାର ଅପମାନଜନକ ଦିଅନ୍ତି, କାର୍ୟ୍ୟାନୁଷ୍ଠାନ ନିଆଯିବ। ବିରୋଧୀମାନେ ମଧ୍ୟ ଏହି ମହାନ କାମରେ ସହଯୋଗ କରନ୍ତୁ।

  • Garvita Odia

    Related Posts

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଭୁବନେଶ୍ବର: ଯେକୌଣସି ଦଳ ହେଉ, ଯେଉଁମାନେ ମହିଳା ପ୍ରସଙ୍ଗରେ ବିଜେପି ସରକାର ବିରୁଦ୍ଧରେ ଲଢିବ ସେମାନଙ୍କ ପ୍ରତି ବିଜେଡ଼ିର ନୈତିକ ସମର୍ଥନ ରହିବ। ପୀଡିତାଙ୍କ ଅଭିଯୋଗକୁ ସମସ୍ତେ ଅଣଦେଖା କଲେ। ଯେଉଁଥିପାଇଁ ସେ ଜୀବନ ହାରିଲା। ଏହା ଜନତାଙ୍କ ପ୍ରତିକ୍ରିୟା। ଆମେ…

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସାମ୍ବାଦିକ ସମ୍ମିଳନୀ । FM କଲେଜ ଛାତ୍ରୀଙ୍କ ଆତ୍ମାହୁତିକୁ ନେଇ ବିରୋଧୀଙ୍କ ଆନ୍ଦୋଳନ ପ୍ରସଙ୍ଗରେ ବିଜେଡ଼ି ଓ କଂଗ୍ରେସ ଉପରେ ବର୍ଷିଲେ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ । କହିଲେ, ବିଜେଡ଼ି ସରକାର ୨୪ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧