ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ

ଭୁବନେଶ୍ୱର:ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ । ସେ ତତ୍‌କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ । ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ । ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ଆନ୍ଦୋଳନରେ ନୀଳକଣ୍ଠ ସକି୍ରୟ ଯୋଗଦାନ କରିଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ମଣ୍ଡନ କରିବା ସହିତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ପଦ ମଧ୍ୟ ଅଳଙ୍କୃତ କରିଥିଲେ । ସେ ଥିଲେ ଏକାଧାରରେ ସଂଗ୍ରାମୀ, ସଂସ୍କାରକ, ଅଧ୍ୟାପକ, ଶିକ୍ଷାବିତ୍‌, ରାଜନେତା, ବାଗ୍ମୀ ଓ ସୁଲେଖକ । ଓଡ଼ିଶା ଇତିହାସରେ ତାଙ୍କର କୃତି ଓ କୀର୍ତ୍ତି ଚିର ଉଜ୍ଜ୍ୱଳ ରହିବ । ପଣ୍ଡିତ ନୀଳକଣ୍ଠ ଦାସଙ୍କର ୧୪୧ତମ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଆୟୋଜିତ ସଂକ୍ଷିପ୍ତ ଉତ୍ସବରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ଗଣେଶ୍ୱର ବେହେରା ଓ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା, ପୂଜ୍ୟପୂଜା ସଂସଦର ସଭାପତି ଶ୍ରୀ ପ୍ରଦୁ୍ୟମ୍ନ ଶତପଥି, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୀବ ମିଶ୍ର, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଗବେଷଣା ଶାଖାର ନିର୍ଦ୍ଦେଶକ ଡ. ତି୍ରବିକ୍ରମ ପ୍ରଧାନ ପ୍ରମୁଖ ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ବାଚସ୍ପତି ଓ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ବିଧାନସଭାର ଗବେଷଣା ଶାଖା ପକ୍ଷରୁ ସଂକଳିତ ପୁସ୍ତକ “Speeches of Finance Minister of Odisha from 2022 to 2025-26″କୁ ଉନ୍ମୋଚନ କରିଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ୧୯୩୬ ମସିହା ଅପ୍ରେଲ ପହିଲାରେ ବ୍ରିଟିଶ ଶାସନାଧିନ ଭାରତ ବର୍ଷରେ ଏକ ଭାଷାଭିତ୍ତିକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ଓଡ଼ିଶା ଶାସନଗତ କ୍ଷମତା ହାସଲ କରିଥିଲା । ସ୍ୱତନ୍ତ୍ର ଓଡ଼ିଶାର (ପ୍ରାକ୍‌-ସ୍ୱାଧୀନତା) ପ୍ରଥମ ବିଧାନସଭା ୧୯୩୬ ମସିହାଠାରୁ ୨୦୨୦-୨୧ ମସିହା ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବିଧାନସଭାରେ ମାନ୍ୟବର ଅର୍ଥମନ୍ତ୍ରୀଙ୍କ ଦ୍ୱାରା ବଜେଟ ଅଭିଭାଷଣ ଗବେଷଣା ଉପବିଭାଗ ଦ୍ୱାରା ସଂଗ୍ରହ କରାଯାଇ ପୁସ୍ତକର ଅଷ୍ଟମ ଖଣ୍ଡ (ଅଷ୍ଟମ ସଂସ୍କରଣ) ପ୍ରକାଶିତ ହୋଇଛି । ଏହି ପରିପ୍ରେକ୍ଷୀରେ ୨୦୨୧-୨୨ଠାରୁ ୨୦୨୫-୨୬ ଆର୍ଥିକ ବର୍ଷ ବଜେଟର ନବମ ସଂସ୍କରଣ ଆଜି ଉନ୍ମୋଚିତ ହୋଇଛି । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ଶ୍ରୀ ଅବିନାଶ ପାଣି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

  • Related Posts

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    କୋରାପୁଟ: ଜୟପୁରରେ ସୁଭଦ୍ରା ତୃତୀୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବାକୁ ଯାଉଛି । ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ