ବ୍ରାଉନ ସୁଗାର ଜବତ କରିବାକୁ ଆସି ଅବକାରୀ ଟିମ୍ ହଟହଟା

ଭୋଗରାଇ: କମର୍ଦା ବଜାର ନିକଟରେ ବ୍ରାଉନ ସୁଗାର ଜବତ କରିବାକୁ ଆସି ଜଳେଶ୍ଵର ଅବକାରୀ ଟିମ୍ ହଟହଟା । ବ୍ରାଉନ ସୁଗାର ଜବତ କରି ଜଣେ ମହିଳାଙ୍କୁ ଗିରଫ କଲା ଅବକାରୀ ଟିମ୍ । ମହିଳାଙ୍କୁ ଗିରଫ କରି ନେଇ ଯାଉଥିବା ବେଳେ ଗାଡି ଅଟକାଇଲେ ପରିବାର ଲୋକେ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍‌ରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, କମର୍ଦା ବଜାର ନିକଟରେ ବ୍ରାଉନ ସୁଗାର କାରବାର ହେଉଥିବା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ବ୍ରାଉନ ସୁଗାର କାରବାର ହେଉଥିବା ଅଞ୍ଚଳରେ ଚଢାଉ କରିଥିଲା ଜଳେଶ୍ଵର ଅବକାରୀ ଟିମ୍ । ଅବକାରୀ ଟିମ୍‌ ଉକ୍ତ ସ୍ଥାନରେ ଚଢାଉ କରି ବ୍ରାଉନ ସୁଗାର ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଥିବା ଜଣେ ମହିଳାଙ୍କୁ ମଧ୍ୟ ଗିରଫ କରିଥିଲା । ଗିରଫ କରିବା ପରେ ମହିଳାଙ୍କୁ ନେଇ ଯାଉଥିବା ବେଳେ ତାଙ୍କ ପରିବାର ଲୋକେ ଗାଡ଼ି ଅଟକାଇଥିଲେ । ଅବକାରୀ ଟିମ୍‌ ଉକ୍ତ ସ୍ଥାନରେ ହଟହଟା ହୋଇଛି ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା