ଭିଜିଲାନ୍ସ ଚଢାଉ: ଧରାପଡିଲେ ଗ୍ରାମରକ୍ଷୀ

କଳାହାଣ୍ଡି: ଏକ ମାମଲା ରଫାଦଫା ପାଇଁ ୩,୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍‌ । ଧରା ପଡିଲେ ଗ୍ରାମରକ୍ଷୀ ଶ୍ରୀମୁଖ ବାଗ । ହେଲେ ଖସିଗଲେ ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ । କଳାହାଣ୍ଡି ଜିଲ୍ଲାରେ ଏଭଳି ଘଟଣା ଘଟିଛି ।

ଏକ ମାମଲା ରଫାଦଫା ପାଇଁ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ଗୋଇରାପଦର ଗାଁର ପ୍ରଭା ପୁଝାରିଙ୍କୁ ୩,୫୦୦ ଟଙ୍କା ଲାଞ୍ଚ ମାଗିଥିଲେ ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ । ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସ ଟିମ୍‌କୁ ଜଣାଇଥିଲେ । ଟଙ୍କା ନେବା ପୂର୍ବରୁ ଭିଜିଲାନ୍ସ ଟିମ୍‌ ଉକ୍ତ ସ୍ଥାନରେ ଛକି ବସିଥିଲା । ରଙ୍ଗ ବୋଳା ଟଙ୍କା ନେବା ମାତ୍ରେ ଅତର୍କିତ ଚଢାଉ କରିଥିଲା ଭିଜିଲାନ୍ସ ଟିମ୍‌ । ଚଢାଉ କରିବା ବେଳେ ଗ୍ରାମରକ୍ଷୀ ଶ୍ରୀମୁଖ ବାଗ ଧରା ପଡ଼ିଥିଲେ । ହେଲେ ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ । ଏଏସ୍‌ଆଇଙ୍କୁ ଧରିବା ପାଇଁ ଭିଜିଲାନ୍ସ ଟିମ୍‌ ଉଦ୍ୟମ ଜାରି ରଖିଛି ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍