ମାସ ଶେଷ ସୁଦ୍ଧା କାର୍ୟ୍ୟରେ ଯୋଗ ନଦେଲେ ଦରମା ବନ୍ଦ: କୃଷି ବିଭାଗ ପ୍ରମୁଖ ସଚିବ

ଭୁବନେଶ୍ୱର : କୃଷି ବିଭାଗର ପ୍ରମୁଖ ସଚିବଙ୍କ କଡ଼ା ଚେତାବନୀ । ସମସ୍ତ କୃଷି ଅଧିକାରୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି କୃଷି ବିଭାଗ ପ୍ରମୁଖ ସଚିବ ଡ.ଅରବିନ୍ଦ କୁମାର ପାଢୀ। ଚଳିତ ମାସ ଶେଷ ସୁଦ୍ଧା କାର୍ୟ୍ୟ ଯୋଗ ଦେବାକୁ ଦିଆଯାଇଛି ଅଲ୍‌ଟିମେଟମ୍‌ । ଯଦି ବିଭାଗର ନିର୍ଦ୍ଦେଶକୁ କେହି ନମାନନ୍ତି , ତେବେ ସେମାନଙ୍କ ଦରମା ବନ୍ଦ ହେବ ବୋଲି କଡ଼ା ନିର୍ଦ୍ଦେଶ ଦେଇଛନ୍ତି।ତେବେ ଜାରି ହୋଇଥିବା ନିର୍ଦ୍ଦେଶନାମା ଅନୁସାରେ, ସମସ୍ତ ପଦୋନ୍ନତିପ୍ରାପ୍ତ ବା ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବାକୁ ପଡିବ। କୌଣସି ବି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ୟ୍ୟକାରିତାକୁ ସ୍ଥଗିତ ରଖାଯିବ ନାହିଁ । ଅଗଷ୍ଟ ୩୧ ସୁଦ୍ଧା ତାଙ୍କ ନିଯୁକ୍ତ ସ୍ଥାନରେ ଯୋଗ ଦେବାରେ ବିଫଳ ହୋଇଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ନିଆଯିବ । ଏଥି ପାଇଁ ସେହି ଅଧିକାରୀ ହିଁ ଦାୟୀ ରହିବେ। ଏପରିକି ଅଧିକାରୀମାନଙ୍କର ଦରମା ମଧ୍ୟ କରାଯିବ । ସେପ୍ଟେମ୍ବର ମାସରୁ ବନ୍ଦ କରାଯିବ। ସେହିପରି ପୋଷ୍ଟିଂ ଆଦେଶର ପରିବର୍ତ୍ତନ ପାଇଁ ଅନୈତିକ ବାହ୍ୟ ପ୍ରଭାବ ଆଣିବାର ପ୍ରୟାସ କଲେ କଠୋର କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି। ଏନେଇ କୃଷି ନିର୍ଦ୍ଦେଶାଳୟ, କ୍ଷେତ୍ର ପ୍ରତିଷ୍ଠାନର ମୁଖ୍ୟ ଅଧିକାରୀମାନଙ୍କୁ ଆଦେଶର ଅନୁପାଳନ ଉପରେ ନଜର ରଖିବାକୁ ଏବଂ କାର୍ୟ୍ୟସ୍ଥଳରେ ଯୋଗଦାନ ନ ଦେଉଥିବା ମାମଲା ଗୁଡ଼ିକୁ ବିଭାଗରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତୃଣମୂଳ ସ୍ତରରେ କାର୍ୟ୍ୟାଳୟଗୁଡ଼ିକର ସୁଗମ କାର୍ୟ୍ୟ ପାଇଁ ଏହି ବିଜ୍ଞପ୍ତି ଜାରି କରାଯାଇଥିବା କୁହାଯାଇଛି।

  • Related Posts

    ହେଲେ ସୁପ୍ରିମକୋର୍ଟରେ ୨ନୂତନ ବିଚାରପତିଙ୍କୁ ନିଯୁକ୍ତିଦେଲେ ରାଷ୍ଟ୍ରପତି

    ନୂଆଦିଲ୍ଳୀ,28।08: ସୁପ୍ରିମକୋର୍ଟରେ ଦୁଇ ନୂଆ ବିଚାରପତିଙ୍କୁ ବୁଧବାର ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ପଦୋନ୍ନତି ପୂର୍ବକ ସୁପ୍ରିମକୋର୍ଟରେ ନିଯୁକ୍ତି ପାଇଥିବା ଦୁଇ ବିଚାରପତି ହେଲେ ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଆଲୋକ ଆରାଧେ ଓ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ବିପୁଲ ଏମ୍…

    Continue reading
    ଗଣପର୍ବ ନୂଆଁଖାଇ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଭୁବନେଶ୍ବର,28/08: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ, ମା ମାଟି ଓ ଇଷ୍ଟ ଦେବୀଙ୍କୁ ପୂଜା କରିବାର ପର୍ବ ହେଉଛି ନୂଆଖାଇ । ଚାଷୀ ତାର ପ୍ରଥମ ଫସଲକୁ ଇଷ୍ଟ ଦେବୀଙ୍କ ପାଖରେ ଲାଗି କରିବା ପରେ ସହପରିବାରଙ୍କ ସହ ମିଶି ଏକାଠି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଲଟିଲା ଡ଼ଙ୍ଗା, ଜଣେ ନିଖୋଜ

    ଓଲଟିଲା ଡ଼ଙ୍ଗା, ଜଣେ ନିଖୋଜ

    ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର,ସ୍ୱାମୀ ମୃତ

    ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର,ସ୍ୱାମୀ ମୃତ

    ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ

    ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ

    ଆସୁଛି ଆଉ ଏକ ଲଘୁଚାପ

    ନୂଆଁଖାଇ ଜଣାଇଲେ ମୁଖ୍ୟମନ୍ତ୍ରୀ

    ନୂଆଁଖାଇ ଜଣାଇଲେ ମୁଖ୍ୟମନ୍ତ୍ରୀ

    ‘ନୂଆଁଖାଇ’ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

    ‘ନୂଆଁଖାଇ’ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର