ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅର୍ଚ୍ଚନା ନାଗ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅର୍ଚ୍ଚନା ନାଗ। ବିଗତ ଦିନରେ ତାଙ୍କୁ ଓ ତାଙ୍କ ପରିବାର ଲୋକଙ୍କୁ ମିଛରେ ଫସାଇ ଅତ୍ୟାଚାର କରାଯାଇଥିବା ଅଭିଯୋଗ ଆଣି ଅର୍ଚ୍ଚନା ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ।

ଅର୍ଚ୍ଚନା କହିଛନ୍ତି ତାଙ୍କୁ ଏବଂ ତାଙ୍କ ପରିବାର ଲୋକଙ୍କୁ ଯେଉଁମାନେ ହଇରାଣ କରିବା ସହ ନିର୍ୟାତନା ଦେଇଛନ୍ତି ସେମାନଙ୍କ ବିରୋଧରେ ସମସ୍ତ ତଥ୍ୟ ପ୍ରମାଣ ସହ ଲିଖିତ ଆକାରରେ ଅଭିଯୋଗ କରିଛନ୍ତି କ୍ଷ ଅନ୍ୟପକ୍ଷେ ଅର୍ଚ୍ଚନା ରାଜ୍ୟର କିଛି ପ୍ରଭାବଶାଳୀ ଲୋକ ଏହି ଘଟଣା ପଛରେ ମୁଖ୍ୟ ଭୂମିକାରେ ଥିବା ଅଭିଯୋଗ କରିବା ସହ ଆଗାମୀ ଦିନରେ ସେମାନଙ୍କ ଅସଲ ମୁଖା ରାଜ୍ୟବାସୀ ଦେଖିବେ ବୋଲି କହିଛନ୍ତି।

ସୂଚନାଥାଉକି, ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଅର୍ଚ୍ଚନାଙ୍କ ସମେତ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ସଂପୃକ୍ତି ମଧ୍ୟ ଅଭିଯୋଗ ହୋଇଥିଲା।ତେବେ ନିଜ ସମ୍ପତ୍ତିର ହିସାବ ଦେଇ ନ ପାରିବାରୁ ଅର୍ଚ୍ଚନା, ଜଗବନ୍ଧୁଙ୍କ ଆଲିସାନ ବଙ୍ଗଳା ସମେତ ଖଗେଶ୍ୱରଙ୍କ କୋଠାକୁ ବି ଜବତ କରିଥିଲା ଇଡି।

  • Garvita Odia

    Related Posts

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଆରମ୍ଭ ହେବ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ’। ଆଜି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ…

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ପୁରୀ: ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ଅଞ୍ଚଳରେ ନାବାଳିକା ପୋଡ଼ି ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ସ୍ପଷ୍ଟ ଦିବାଲୋକରେ ପୀଡ଼ିତାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଏଫ୍‌ଏମ୍‌ କଲେଜରେ ଜଣେ ଯୁବତୀ ନ୍ୟାୟ ନ ପାଇ…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ  କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼