ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡି

ଭୁବନେଶ୍ୱର: ବାଲେଶ୍ୱର ସହରରେ ସ୍ଥିତ ଏଫଏମ ଅଟନମୋସ କଲେଜରେ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବା ବେଳେ ରାଜ୍ୟ ସରକାରଙ୍କ ଭୂମିକା ମଧ୍ୟ ସନ୍ଦେହ ଘେରରେ ରହିଛି। ରାଜ୍ୟ ସରକାର କେବଳ କିଛି କାର୍ୟ୍ୟାନୁଷ୍ଠାନ ନେଇ ଘଟଣାକୁ ରଫା ଦଫା କରିବାକୁ ଅପଚେଷ୍ଟା କରୁଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି।
ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ଃ ଲେନିନ ମହାନ୍ତି ଏକ ପ୍ରେସ ବିବୃତିରେ କହିଛନ୍ତି, ଛାତ୍ରୀ ଜଣକ ଜଣେ ଅଧ୍ୟାପକଙ୍କ ଦ୍ୱାରା ନିର୍ୟ୍ୟାତିତ ହେଉଥିଲେ ଏବଂ ଅଧ୍ୟାପକ ଜଣକ ତାଙ୍କଠାରୁ ଶାରୀରିକ ଅନୁଗ୍ରହ ଚାହୁଁଥିଲେ ବୋଲି ଅଧ୍ୟକ୍ଷଙ୍କ ପାଖରେ ଲିଖିତ ଅଭିଯୋଗ କରିଥିଲେ। ଏହା ବ୍ୟତୀତ, ଜୁଲାଇ ୧ ତାରିଖ ଦିନ ସେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୁରଜ ସୂର୍ୟ୍ୟବଂଶୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ଅଭିଯୋଗ ବିଷୟରେ ଅବଗତ କରିବା ସହିତ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଏମାନଙ୍କ ହସ୍ତକ୍ଷେପ ଲୋଡ଼ିଥିଲେ। କିନ୍ତୁ, ଗତ କାଲି ସେ ଆତ୍ମହୁତି ଭଳି ଚରମ ପଦକ୍ଷେପ ନେବା ପର୍ୟ୍ୟନ୍ତ, କୌଣସି ଉତ୍ତର ପାଇ ନଥିଲେ।
ଦୁଃଖ ଓ ପରିତାପର ବିଷୟ ପୀଡ଼ିତାଙ୍କ ଅଭିଯୋଗକୁ ଅଣଦେଖା କରି ଆସୁଥିବା ରାଜ୍ୟ ସରକାର, ଆତ୍ମହୁତି ଭଳି ଏକ ଦୁଖଃଦ ଘଟଣା ଘଟିଗଲା ପରେ ହଠାତ ତତ୍ପର ହୋଇ ଉଠିଛନ୍ତି। ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରିବା ସହିତ ଅଧ୍ୟକ୍ଷଙ୍କୁ ନିଲମ୍ବିତ କରି ଦୃଢ଼ କାର୍ୟ୍ୟାନୁଷ୍ଠାନ ନେଇଛନ୍ତି ବୋଲି ଦାବୀ କରୁଛନ୍ତି। ଏଠାରେ ସ୍ୱାଭାବିକ ଭାବେ ପ୍ରଶ୍ନ ଉଠେ ଯେ, ରାଜ୍ୟର ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ କେଉଁ କାରଣରୁ ପୂର୍ବରୁ ଛାତ୍ରୀଙ୍କ ଅଭିଯୋଗକୁ ଅଣଦେଖା କରି ଆସୁଥିଲେ। ଘଟଣାକୁ ପୂର୍ବରୁ ଅବହେଳା କରି ଆସୁଥିବା ରାଜ୍ୟ ସରକାର ଏବେ ଘଟଣାକୁ ଚାପି ଦେବାକୁ ଉଦ୍ୟମ କରୁଛନ୍ତି। କିଛି ବିଜେପି ସମର୍ଥିତ ଯୁବକ ମାନେ ପୀଡିତା ଚିକିତ୍ସିତ ହେଉଥିବା ଏମ୍ସ ହସ୍ପିଟାଲରେ ପୀଡିତାଙ୍କୁ ଘେରି ରହିଛନ୍ତି। ପୀଡିତା ଛାତ୍ରୀ ଓ ତାଙ୍କ ପରିବାରକୁ ଭେଟିବା ପାଇଁ ଯାଉଥିବା ବିଭିନ୍ନ ସଂଗଠନର ବ୍ୟକ୍ତି ମାନଙ୍କୁ ଦୁର୍ବ୍ୟବାହାର ପ୍ରଦର୍ଶନ କରୁଛନ୍ତି ଓ ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କ ସହିତ ଭେଟ କରାଇ ଦେଉ ନାହାନ୍ତି। ସେଠାରେ ଉପସ୍ଥିତ ଯୁବକ ମାନେ ବିଭିନ୍ନ ବ୍ୟକ୍ତିଙ୍କୁ ଦୁର୍ବ୍ୟବହାର କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।
ରାଜ୍ୟରେ ମହିଳା ଓ ଛାତ୍ରୀଙ୍କ ଉପରେ ନିର୍ୟ୍ୟାତନା ଅହେତୁକ ବୃଦ୍ଧି ପାଇଥିବା ବେଳେ ପୀଡିତା ଛାତ୍ରୀଙ୍କ ଆତ୍ମହୁତି ଘଟଣା ସଦ୍ୟତମ ଉଦାହରଣ ଭାବେ ଲୋକଲୋଚନଙ୍କୁ ଆସିଛି। ରାଜ୍ୟ ସରକାର ଏହି ଘଟଣାରେ ସମ୍ପୂର୍ଣ୍ଣ ଭାବେ ଦାୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଏହି ଘଟଣାର ନୈତିକ ଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ ବୋଲି ଡ଼ଃ ମହାନ୍ତି ଦାବୀ କରିଛନ୍ତି।

  • Garvita Odia

    Related Posts

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଆରମ୍ଭ ହେବ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ’। ଆଜି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ…

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ପୁରୀ: ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ଅଞ୍ଚଳରେ ନାବାଳିକା ପୋଡ଼ି ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ସ୍ପଷ୍ଟ ଦିବାଲୋକରେ ପୀଡ଼ିତାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଏଫ୍‌ଏମ୍‌ କଲେଜରେ ଜଣେ ଯୁବତୀ ନ୍ୟାୟ ନ ପାଇ…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ  କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼