ଯୁବକଙ୍କ ଉପରକୁ ଏସିଡ୍ ମାଡ

ବାସୁଦେବପୁର: ଭଦ୍ରକ ଜିଲ୍ଲା ନାୟକଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁରେ ଅଭାବନୀୟ ଘଟଣା। ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ଉପରକୁ ଏସିଡ୍ ମାଡ ହୋଇଛି। ଯୁବକଙ୍କ ମୁହଁ ଆଖି ଓ ମୁଣ୍ଡ ପୋଡି ଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାସୁଦେବପୁର ଡ଼ାକ୍ତର ଖାନାରେ ଭର୍ତ୍ତି କରାଯାଇଛି। ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଅଧିକ ଚିକିତ୍ସା ପାଇଁ ଭଦ୍ରକ ପରେ କଟକ ବଡ ମେଡିକାଲକୁ ପଠାଇ ଦିଆଯାଇଛି। ଯୁବକଙ୍କ ନାମ ଜଗବନ୍ଧୁ ପଳାଇ। ଜଗବନ୍ଧୁ ଜଣେ ଟେଣ୍ଟ ବ୍ୟବସାୟୀ। ଗାଁରେ ଅଷ୍ଟମ ପ୍ରହାରୀ ପ୍ରସାଦ ଖାଇ ଘରେ ଶୋଇ ଥିଲେ। ନୂଆ ଘର ତିଆରି ହେଉଥବାରୁ କବାଟ ଝରକା ଲାଗିନଥିଲା। ଝରକାରେ କପଡା ଲଗାଇ ଘରେ ରହୁଥିଲେ। ଘରେ ଶୋଇଥିବା ବେଳେ କେହି ଦୁର୍ବୁତ୍ତ ଝରକାର କପଡା ଟେକି ଜଗବନ୍ଧୁ ମୁହଁକୁ ଏସିଡ ପକାଇ ଫେରରା ହୋଇଥିଲେ। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ବାସୁଦେବପୁର ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା। ଅଧିକ ଚିକିତ୍ସା ପାଇଁ ଭଦ୍ରକ ପରେ କଟକ ନିଆଯାଇଛି। ଅଭିଯୋଗ ପାଇ ପୁଲିସ ତଦନ୍ତ ଆରମ୍ଭ କରିଛି।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ଯୁବତୀଙ୍କୁ ଉଠାଇ ନେଲେ

    ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ