ଭୁବନେଶ୍ଵର:ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାଇବର ଓ ଅଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦେଶ କ୍ରମେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଭାରତୀୟ ନ୍ୟାୟ ସଂହିତା ୨୨୩ ମୁତାବକ ରାଜ୍ୟ ସରକାର ସାଇବର ଅପରାଧ ଏବଂ ଅର୍ଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଖୋର୍ଦ୍ଧା, ନୟାଗଡ଼, କଟକ ଗ୍ରାମାଞ୍ଚଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଭଦ୍ରକ, ଢେଙ୍କାନଳ, ଦେଓଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲାରେ ଏହି ଥାନା ପ୍ରତିଷ୍ଠା ହେବ। ଏହି ୨୦ ଜିଲାେର ସାଇବର ଓ ଅର୍ଥନୈତିକ ଅପରାଧ ରୋକିବାରେ ସାଇବର ଥାନା କାମ କରିବ।
କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ
ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…