ରାତି ପାହିଲେ କୃଷିଭିତ୍ତିକ ମହାନ ଗଣପର୍ବ ନୂଆଁଖାଇ

ସମ୍ବଲପୁର: ରାତିପାହିଲେ ପଶ୍ଚିମ ଓଡ଼ିଶାର ଆଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ହେବା ପରେ ସମସ୍ତେ ନୂଆଁ ଖାଇବେ । ଏହି ମୁହୂର୍ତ୍ତକୁ ଅପେକ୍ଷା କରିଛନ୍ତି ସାରା ପଶ୍ଚିମ ଓଡ଼ିଶାବାସୀ । ଏପଟେ, ଆରାଧ୍ୟ ଦେବୀ ମା’ସମଲେଶ୍ୱରୀଙ୍କ ପୀଠରେ ପ୍ରଥମ ନବାନ୍ନ ଲାଗି ହେବାକୁ ଥିବାରୁ ସେଠାରେ ବି ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ ପହଞ୍ଚିଛି । ସମଲେଶ୍ୱରୀ ମନ୍ଦିରରେ ରଙ୍ଗକାମଠୁ ନେଇ ମରାମତି ଓ ଗହଣ ସଫେଇ ଜୋରସୋର୍‌ରେ ଚାଲିଛି । ସୁବ୍ୟବସ୍ଥିତ କରିବାକୁ ସମସ୍ତ ପୂଜା ପ୍ରସ୍ତୁତି ଚୂଡ଼ାନ୍ତ ହୋଇଥିବା ସୂଚନା ଦେଇଛନ୍ତି ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁ । ଗତ ୩ ଦିନ ମଧ୍ୟରେ ମନ୍ଦିର ମରାମତି କାମ ଜୋରସୋର୍‌ରେ ଚାଲିଛି । ମନ୍ଦିର ଭିତରେ ଫାଟିଥିବା ଟାଇଲ୍‌ ଓ ମାର୍ବଲ୍‌ କାମ ତିଆରି ସରିଛି । ମନ୍ଦିର ଭିତର ପାର୍ଶ୍ୱ ନୂଆଁ ରଙ୍ଗ କାମ ହୋଇଛି । ମା’ଙ୍କ ଅଳଙ୍କାର ସଫେଇ କରାଯାଇଛି । ପାର୍ଶ୍ୱ ଦେବଦେବୀଙ୍କ ସିନ୍ଦୂର ଲଗା ସରିଛି । ଭକ୍ତଙ୍କ ଦର୍ଶନ ପାଇଁ ସୁବ୍ୟବସ୍ଥା କରାଯାଇଛି । ନୂଆଁଖାଇର ପୂଜାର୍ଚ୍ଚନା ସକାଶେ ମଧ୍ୟ ପ୍ରସ୍ତୁତି ଚାଲିଛି । ମୁଖ୍ୟ ପୂଜକ ଅମ୍ବିକା ପ୍ରସାଦ ରାୟଙ୍କ ଘରେ ବି ବଲବସପୁରରୁ ଆସିଥିବା ନୂଆଁ ଧାନରୁ ନବାନ୍ନ ପାଇଁ ପ୍ରସ୍ତୁତି ପ୍ରକ୍ରିୟା ଜାରି ରହିଛି। ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ଗୁରୁବାର ସକାଳ ୧୦ଟା ୩୩ରୁ ୧୦ଟା ୫୫ମଧ୍ୟରେ ମା’ଙ୍କ ଠାରେ ନବାନ୍ନ ଲାଗିହେବ ।

  • Related Posts

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଭୁବନେଶ୍ବର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରରେ ଗୁରୁବାର ବସିଥିଲା ଗୋଲ ଟେବୁଲ ବୈଠକ । ବୈଠକ ପରେ ୨୯ ତାରିଖରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ । ବୈଠକରେ ଅଧ୍ୟକ୍ଷତା କରିଥିଲେ ଜଳ ମାନବ ଡ.…

    Continue reading
    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା