ସ୍ନାନପୂର୍ଣ୍ଣିମା, ସୁରକ୍ଷା ଦାୟିତ୍ଵରେ ରହିବେ ୭୦ ପ୍ଲାଟୁନ ଫୋର୍ସ

ପୁରୀ: ଜୁନ ୧୧ରେ ପବିତ୍ର ସ୍ନାନପୂର୍ଣ୍ଣିମା। ରତ୍ନବେଦୀ ଛାଡ଼ି ସ୍ନାନ ବେଦୀକୁ ଆସିବେ ଚତୁର୍ଦ୍ଧା ବିଗ୍ରହ। ଏଥିପାଇଁ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଶୃଙ୍ଖଳିତ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଥିଲା। ଠାକୁରଙ୍କ ପହଣ୍ଡି, ଜଳଲାଗି, ହାତୀବେଶ ସମୟରେ ଶୃଙ୍ଖଳା ରକ୍ଷା ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି। ସ୍ନାନ ଯାତ୍ରାରେ ଭକ୍ତଙ୍କ ସୁରକ୍ଷା, ଟ୍ରାଫିକ, ପାର୍କିଂ ସହ ଅନ୍ୟାନ୍ୟ ବ୍ୟବସ୍ଥା ନେଇ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି।
ପୋଲିସ ପକ୍ଷରୁ ଖୋଲାଯିବ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ । ଆଉ ମାତ୍ର ପାଞ୍ଚ ଦିନର ଅପେକ୍ଷା। ଜୁନ୍ ୧୧ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ। ତେଣୁ ପୁରୀ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଚାରୋଟି ନିଯୋଗ ସହିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶୃଙ୍ଖଳିତ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ ନେଇ ବୈଠକରେ ଆଲୋଚନା ହୋଇଥିଲା।
ସ୍ନାନ ମଣ୍ଡପରେ ସିସିଟିଭି ବ୍ୟବସ୍ଥା ସହ କମ ସମୟରେ କିଭଳି ଅଧିକ ଭକ୍ତ ଦର୍ଶନ କରିପାରିବେ ସେନେଇ ମଧ୍ୟ ଆଲୋଚନା ହୋଇଥିଲା। ଠାକୁରଙ୍କ ପହଣ୍ଡି ଦର୍ଶନ ପାଇଁ ତିନି ହଜାର ଟିକେଟ ବ୍ୟବସ୍ଥା କରାଯାଇଛି। ପ୍ରତି ଟିକେଟର ମୂଲ୍ୟ ୧୫୦ ଟଙ୍କା ରଖାଯାଇଥିବା କହିଛନ୍ତି ବରିଷ୍ଠ ଦଇତାପତି ସେବାୟତ ବିନାୟକ ଦାସମହାପାତ୍ର। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ସମ୍ମୁଖରେ ସେଡ୍, ପାନୀୟ ଜଳ ସହ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବ। ବର୍ଷା ହେଲେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ। ପ୍ରଶାସନର ଏଭଳି ପ୍ରସ୍ତୁତିକୁ ସ୍ବାଗତ କରିଛନ୍ତି ସେବାୟତ।
ସେହିପରି ସ୍ନାନଯାତ୍ରା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଶୃଙ୍ଖଳିତ ଆୟୋଜନ ନେଇ ପୁରୀ ଏସପି ଓ ବରିଷ୍ଠ ପୋଲିସ ଅଫିସରଙ୍କୁ ନେଇ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଏସ୍ ପ୍ରବୀଣ କୁମାର। ସୁରକ୍ଷା ଦାୟିତ୍ବରେ ୪ଜଣ ଏସପି ଓ ୪୫୦ ପୋଲିସ ଅଫିସରଙ୍କ ସହିତ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଚଳିତବର୍ଷ AI ମାଧ୍ୟମରେ ଭିଡ଼ ନିୟନ୍ତ୍ରଣ ହେବ ବୋଲି କହିଛନ୍ତି ଆଇଜି। ଅଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ ଖୋଲାଯିବ। ଭିଆଇପି ଏବଂ ଭିଭିଆଇପିଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିଛି ପୋଲିସ ପ୍ରଶାସନ। ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ଅଛି ବୋଲି ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି।‌

  • Garvita Odia

    Related Posts

    ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଭୁବନେଶ୍ବର : ଲୋକସେବା ଭବନରେ ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା । ରାଜ୍ୟରେ ଶିଳ୍ପର ବିକାଶ ନେଇ ଆଲୋଚନା ହୋଇଛି । ବୈଠକରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଓ ଶିଳ୍ପ ସଚିବ…

    ଚନ୍ଦ୍ରଶେଖରପୁରରେ ହେବ ଓଡିଶା ମଣ୍ଡପ:ପୃଥୀରାଜ

    ଭୁବନେଶ୍ବର : ନୂଆ ଢାଞ୍ଚାରେ ତିଆରି ହେବ ଲୋକସେବା ଭବନ ଓ ବିଧାନସଭା । ପୁରୁଣା ବିଲଡିଂର ରୂପ ରେଖ ବଦଳା ଯିବା ନେଇ ବିଚାର ଚାଲିଥିବା ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେହିପରି ଭୁବନେଶ୍ୱରରେ ତିଆରି ହେବ…

    Leave a Reply

    Your email address will not be published. Required fields are marked *

    You Missed

    ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଚନ୍ଦ୍ରଶେଖରପୁରରେ ହେବ ଓଡିଶା ମଣ୍ଡପ:ପୃଥୀରାଜ

    ଚନ୍ଦ୍ରଶେଖରପୁରରେ ହେବ ଓଡିଶା ମଣ୍ଡପ:ପୃଥୀରାଜ

    ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ୍

    ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ୍

    ଦେଶରେ ୩୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

    ଦେଶରେ ୩୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ