୨୪ ପର୍ୟ୍ୟନ୍ତ ବର୍ଷା

ଭୁବନେଶ୍ୱର: ଜୁନ୍ ୨୪ ପର୍ୟ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି। ଗୁରୁବାର ଚାରିଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଲଗାତାର ବର୍ଷାଯୋଗୁ ସାଧାରଣ ଜୀବନଯାତ୍ରା କିଛି ପରିମାଣରେ ପ୍ରଭାବିତ ହୋଇଛି।
ଗୁରୁବାର ଓଡ଼ିଶାର ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, ବରଗଡ଼ ଏବଂ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପର୍ୟ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ, ଓଡ଼ିଶାରେ ୨୪ ଜୁନ୍ ପର୍ୟ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

  • Related Posts

    ନିଆଁ ଲାଗି ମହିଳା ମୃତ

    ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌…

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ