୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ(ଡିଜିପି) ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ। ନଭେମ୍ବର ୨୯ ତାରିଖ(ଶୁକ୍ରବାର) ଅପରାହ୍ନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

ମନମୋହନ କହିଛନ୍ତି ଯେ ୨୯ ତାରିଖ ଅପରାହ୍ନ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ। ରାଜଭବନ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରୋଡ୍‌ ସୋ କରିବେ ବୋଲି ରାଜ୍ୟ ବିଜେପି ସଭାପତି ସୂଚନା ଦେଇଛନ୍ତି। ଏହାପରେ ଦଳୀୟ କାର୍ୟ୍ୟାଳୟକୁ ଆସି କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ। ପାର୍ଟି ଅଫିସରେ ୨ ଘଣ୍ଟା ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ ବୋଲି ମନମୋହନ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀ ଉପସ୍ଥିତ ରହିବେ। ଏହାପରେ ୩୦ ଓ ୧ ତାରିଖରେ ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

  • Related Posts

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ଭୁବନେଶ୍ବର,୧୨। ୮: ଓଡ଼ିଶା ସାମୁଦ୍ରିକ ବୋର୍ଡ (ଓ. ଏମ୍. ବି.) ରାଜ୍ୟର ନୀଳ ଅର୍ଥବ୍ୟବସ୍ଥା ଏବଂ ସାମୁଦ୍ରିକ ଅଭିବୃଦ୍ଧିର ଏକ ପ୍ରମୁଖ ବାହକ ହେବା ଦିଗରେ ଏକ ଉଚ୍ଚାଭିଳାଷୀ ପାଠ୍ୟକ୍ରମ ପ୍ରସ୍ତୁତ କରୁଛି। ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ…

    Continue reading
    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ

    ଭୁବନେଶ୍ୱର, ୧୨/୦୮: ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଆଜି ରାଜ୍ୟରେ ବୈଷୟିକ ଶିକ୍ଷାର ଭବିଷ୍ୟତ ଗଠନ ପାଇଁ ନୀତି ନିର୍ଦ୍ଧାରକ, ଶିଳଳ୍ପୋଦ୍ୟୋଗୀ ଏବଂ ତାଲିମ ବିଶେଷଜ୍ଞଙ୍କୁ ଏକତ୍ରିତ କରି ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ଉପରେ ଏକ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ

    “ସଶକ୍ତ ଯୁବଶକ୍ତି ହିଁ ସମୃଦ୍ଧ ରାଷ୍ଟ୍ରର ମୂଳଦୁଆ”

    ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ ୨୦୨୫ ଏବଂ ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ ରେ ଓଡିଶା ସର୍ବଶ୍ରେଷ୍ଠ ରାଜ୍ୟ

    Govt approved 74 new food safety officers